Posted inଖେଳ

ହାମିଲଟନ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼

ହାମିଲଟନ, ୩୦।୧୧(ଏଏଫପି): ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୬୫ ରନରେ ବିଜୟ ହାସଲ କରିବା ପରେ ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଓପନର ଟମ୍‌ ଲଥାମଙ୍କ ଶତକ, ରସ ଟେଲର ଓ ଡାରିଲ ମିଚେଲଙ୍କ ଅର୍ଦ୍ଧଶତକ ସହାୟତାରେ ୧୨୯.୧ ଓଭରରେ ୩୭୫ ରନର ସମ୍ମାନଜନକ ସ୍କୋର ହାସଲ କରି ଅଲଆଉଟ ହୋଇଛି। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୮ ଓଭରରେ ୨ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ଶିକାର ହେବା ସହ ୩୯ ରନ ସଂଗ୍ରହ କରିଛି। ଫଳରେ ନ୍ୟୁଜିଲାଣ୍ଡ ୮ ଉଇକେଟ ହାତରେ ରଖି ଏବେ ୩୩୬ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ରୋରି ବନର୍‌ସ ୨୪ ଓ ଅଧିନାୟକ ଜୋ ରୁଟ୍‌ ୬ ରନ କରି ଅପରାଜିତ ରହିଛନ୍ତି। ଆଉଟ ହୋଇଥିବା ଦୁଇ ବ୍ୟାଟ୍ସମ୍ୟାନ ହେଲେ ଓପନର ଡୋମ ସିବ୍‌ଲି ଓ ଜୋ ଡେନ୍‌ଲି। ସିବ୍‌ଲି ୪ ରନ କରି ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦିଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଛନ୍ତି। ସେହିପରି ଡେନ୍‌ଲି ୪ ରନ କରିଥିବା ବେଳେ ମ୍ୟାଟ ହେନରୀଙ୍କ ବଲ୍‌ରେ ଉଇକେଟକିପର ବିଜେ ଓ୍ବାଟିଲିଂଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଇଂଲଣ୍ଡ ଏବେ ସିରିଜ ବଞ୍ଚାଇବାକୁ ସଂଘର୍ଷ କରୁଛି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୭୩/୩ରୁ ଖେଳ ଆରମ୍ଭ କରି ନ୍ୟୁଜିଲାଣ୍ଡ ଅଲଆଉଟ୍‌ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଲଥାମ ୧୦୧ରୁ ଖେଳ ଆରମ୍ଭ କରି ଆଉ ଅଧିକ ୪ ରନ ସଂଗ୍ରହ କରି ୧୦୫ ରନର ଶତକୀୟ ପାଳି ଖେଳି ଷ୍ଟୁଆର୍ଟ ବ୍ରଡଙ୍କ ଦ୍ୱାରା ବୋଲ୍ଡ ହୋଇଥିଲେ। ହେନେରୀ ନିକୋଲ୍ସ ୫ ରନରୁ ଖେଳ ଆରମ୍ଭ କରି ୧୬ ରନ କରି ସାମ କୁରାନଙ୍କ ବଲ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓ୍ବାଟଲିଂ ୫୫ ଓ ମିଚେଲ ୭୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ଉଭୟ ବ୍ରଡଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ମିଚେଲ ସାଣ୍ଟନର ୨୩, ସୌଦି ୧୮ ରନ କରି ଆଉଟ ହୋଇଥିବା ବେଳେ ହେନରୀ ୫ ରନ କରି ଅପରାଜିତ ରହିଥିଲେ। ପୂର୍ବରୁ ରସ୍‌ ଟେଲର ୫୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ପକ୍ଷରୁ ବ୍ରଡ ୪, କ୍ରିସ୍‌ ଓ୍ବକ୍ସ ୩, କୁରାନ ୨ ଓ ଜୋଫ୍ରା ଆର୍ଚର ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୧୨୯.୧ ଓଭରରେ ୩୭୫ ଅଲଆଉଟ
(ଲଥାମ- ୧୦୫, ମିଚେଲ- ୭୩, ଓ୍ବାଟଲିଂ- ୫୫, ଟେଲର- ୫୩, ବ୍ରଡ- ୪/୭୩, ଓ୍ବକ୍ସ-/୮୩, କୁରାନ- ୨/୬୩ )।
ଇଂଲଣ୍ଡ ପ୍ରଥମ ଇନିଂସ- ୧୮ ଓଭରରେ ୩୯/୨
(ବନର୍‌ସ- ୨୪*, ରୁଟ୍‌- ୬*, ସୌଦି- ୧/୨୪, ହେନରୀ- ୧/୧୦) ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri