Posted inଖେଳ

ହାମିଲଟନ ଟେଷ୍ଟ : ବନର୍‌ସ, ରୁଟ୍‌ଙ୍କ ଶତକ

ହାମିଲଟନ,୧।୧୨- ସ୍ଥାନୀୟ ସେଡନ ପାର୍କରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ଓପନର ରୋରି ବନର୍‌ସ ଓ ଅଧିନାୟକ ଜୋ ରୁଟଙ୍କ ଶତକ ସହୟତାରେ ଦୃଢ଼ ଜବାବ ଦେଇଛି। ତେବେ ଶସ୍ତାରେ କେତୋଟି ଉଇକେଟ ହରାଇବା ଫଳରେ ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ପ୍ରତ୍ୟାବର୍ତ୍ତନ କରିବାର ସୁଯୋଗ ଦେଇଛି। ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଓପନର ଟମ୍‌ ଲଥାମଙ୍କ ଶତକ, ରସ ଟେଲର, ବିଜେ ଓ୍ବାଟଲିଂ ଓ ଡାରିଲ ମିଚେଲଙ୍କ ଅର୍ଦ୍ଧଶତକ ସହାୟତାରେ ୧୨୯.୧ ଓଭରରେ ୩୭୫ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଇଂଲଣ୍ଡ ରବିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୯୯.୪ ଓଭରରେ ୫ ଉଇକେଟ ହରାଇ ୨୬୯ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଦୁଇ ଦିନ ବାକିଥିବା ବେଳେ ଇଂଲଣ୍ଡ ୫ ଉଇକେଟ ହାତରେ ରଖି ୧୦୬ ରନ ପଛରେ ରହିଛି। ଷ୍ଟମ୍ପ ଅପସାରଣ ବେଳକୁ ରୁଟ୍‌ ୧୧୪ ରନର ଶତକୀୟ ପାଳି ଖେଳି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଓଲି ପୋପ୍‌ ୪ ରନ କରି ଅପରାଜିତ ରହିଛନ୍ତି। ଅନ୍ତିମ ସେସନରେ ଅବଶ୍ୟ ବର୍ଷା ଯୋଗୁ ଖେଳ ବାଧାପ୍ରାପ୍ତ ହୋଇଥିଲା।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୯/୨ରୁ ଇଂଲଣ୍ଡ ଖେଳ ଆରମ୍ଭ କରିଥିଲା। ଦୁଇ ଓଭରନାଇଟ ବ୍ୟାଟ୍ସମ୍ୟାନ ବନର୍‌ସ ଓ ରୁଟ୍‌ ଯଥାକ୍ରମେ ୨୪ ଓ ୬ ରନରୁ ଖେଳ ଆରମ୍ଭ କରି ଶତକ ହାସଲ କରିଥିଲେ। ବନର୍‌ସ ୨୦୯ଟି ବଲ ଖେଳି ୧୫ ଚୌକା ସହ ୧୦୧ ରନ କରି ଶତକ ହାସଲ କରିବା ପରେପରେ ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ଦ୍ୱିତୀୟ ରନ ନେବାକୁ ପ୍ରୟାସ କରୁଥିବା ବେଳେ ମିଡ୍‌ ଉଇକେଟରୁ ଜିତ୍‌ ରାଭାଲ ଥ୍ରୋ କରିଥିଲେ ଓ ଉଇକେଟକିପର ବିଜେ ଓ୍ବାଟିଲିଂ ରନ୍‌ ଆଉଟ କରିଥିଲେ। ସେହିପରି ରୁଟ୍‌ ରବିବାର ଦିନ ସାରା ବ୍ୟାଟିଂ କରିଥିଲେ। ୨୭୮ଟି ବଲର ସମ୍ମୁଖୀନ ହୋଇ ୧୪ଟି ଚୌକା ସହ ୧୧୪ ରନ କରି ସେ ଅପରାଜିତ ରହିଛନ୍ତି। ଖରାପ୍‌ ଫର୍ମ ଦେଇ ଗତି କରିଆସୁଥିବା ରୁଟ୍‌ ଏଥିସହିତ ଫର୍ମକୁ ଫେରିଛନ୍ତି। ତୃତୀୟ ଉଇକେଟରେ ରୁଟ୍‌ ଓ ବନର୍‌ସ ୧୭୭ ରନ ସଂଗ୍ରହ କରିଥିଲେ। ଏକଦା ୨ ଉଇକେଟ ହରାଇ ୨୦୧ ରନ କରି ଇଂଲଣ୍ଡ ସୁବିଧାଜନକ ସ୍ଥିତିରେ ଥିଲା। ତେବେ ନ୍ୟୁଜିଲାଣ୍ଡ ବୋଲ ଆଉ ୩ଟି ଉଇକେଟ ଅକ୍ତିଆର କରି ପ୍ରତ୍ୟାବର୍ତ୍ତନ କରିଥିଲେ। ବନର୍‌ସଙ୍କ ପରେ ବେନ୍‌ ଷ୍ଟୋକ୍ସ ୨୬ ରନ କରି ଟିମ୍‌ ସୌଦିଙ୍କ ବଲ୍‌ରେ ରସ ଟେଲରଙ୍କୁ ଜ୍ୟାକ କ୍ରଲି ୧ ରନ କରି ନିଲ ଓ୍ବାଗନରଙ୍କ ବଲ୍‌ରେ ଓ୍ବାଟଲିଂଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଶନିବାର ଡୋମ ସିବ୍‌ଲି ଓ ଜୋ ଡେନଲି ୪ରନ ଲେଖାଏ କରି ଆଉଟ ହୋଇଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ସୌଦି ୨ଟି, ମ୍ୟାନ ହେନରୀ ଓ ଓ୍ବାଗନର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ପ୍ରଥମ ଟେଷ୍ଟରେ ନ୍ୟୁଜିଲାଣ୍ଡ ଏକ ଇନିଂସ ଓ ୬୫ ରନରେ ବିଜୟ ହାସଲ କରି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଥିଲା।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୧୨୯.୧ ଓଭରରେ ୩୭୫ ଅଲଆଉଟ
ଇଂଲଣ୍ଡ ପ୍ରଥମ ଇନିଂସ- ୯୯.୪ ଓଭରରେ ୨୬୯/୫
(ବନର୍‌ସ- ୧୦୧, ରୁଟ୍‌-୧୧୪*, ସୌଦି- ୨/୬୩, ହେନରୀ- ୧/୫୬, ଓ୍ବାଗନର- ୧/୭୬)।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri