Posted inଖେଳ

ହାମିଲ୍‌ଟନ ଜିତିଲେ ରୁଷିଆନ ଗ୍ରାଁ ପ୍ରି

ସୋଚି, ୨୯।୯-ମର୍ସିଡିଜ୍‌ ଡ୍ରାଇଭର ବ୍ରିଟେନର ଲୁଇସ ହାମିଲ୍‌ଟନ ରବିବାର ଅନୁଷ୍ଠିତ ରୁଷିଆନ ଗ୍ରାଁ ପ୍ରି ଫର୍ମୁଲା ଓ୍ବାନ୍‌ ମୋଟର ରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ରୁଷିଆରେ ଏହା ହାମିଲ୍‌ଟନଙ୍କ ୪ର୍ଥ ଏବଂ ଓଭରଅଲ୍‌ ୮୨ତମ ଗ୍ରାଁ ପ୍ରି ବିଜୟ। ୨ ନମ୍ବର ଗ୍ରିଡ୍‌ରୁ ରେସ୍‌ ଆରମ୍ଭ କରିଥିବା ହାମିଲଟନଙ୍କୁ ସାଥି ଡ୍ରାଇଭର ଭାଲ୍‌ଟେରୀ ବୋଟ୍ଟାସ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ହେଁ ୨ ନମ୍ବର ସ୍ଥାନରେ ସନ୍ତୁଷ୍ଟ ରହିଥିଲେ। ପୋଲ୍‌ ପୋଜିଶନ ପାଇଥିବା ଫେରାରୀର ଚାଲର୍‌ସ ଲେକ୍‌ରେକ୍‌ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଫଳରେ ଏହି ୩ ଡ୍ରାଇଭରଙ୍କୁ ଯଥାକ୍ରମେ ୨୬, ୧୮ ଓ ୧୫ ପଏଣ୍ଟ ମିଳିଛି। ଅନ୍ୟମାନଙ୍କ ମଧ୍ୟରେ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ, ଆଲେକ୍‌ଜାଣ୍ଡର ଆଲବନ, ମ୍ୟାକ୍‌ଲରେନର କାର୍ଲୋସ ସିଞ୍ଜ ଜୁନିୟର, ରେିଂ ପଏଣ୍ଟର ସର୍ଗିଓ ପେରେଜ, ମ୍ୟାକ୍‌ଲରେନର ଲାନ୍‌ଲୋ ନୋରିସ, ହାସ୍‌ର କେଭିନ ମ୍ୟାଗ୍ନୁସେନ ଓ ରେନଲ୍ଟର ନିକୋ ହକେନବର୍ଗ ଟପ୍‌-୧୦ ଫିନିଶ୍‌ କରି ପଏଣ୍ଟ ହାସଲ କରିଛନ୍ତି। ଏହି ରେସ୍‌ ପରେ ଡ୍ରାଇଭର୍ସ ଷ୍ଟାଣ୍ଡିଂରେ ହାମିଲଟନ ୯ ଗ୍ରାଁ ପ୍ରି ବିଜୟ ସହ ୩୨୨ ପଏଣ୍ଟ ପାଇ ଶୀର୍ଷସ୍ଥାନକୁ ମଜଭୁତ କରିଛନ୍ତି। ଅନ୍ୟତମ ମର୍ସିଡିଜ୍‌ ଡ୍ରାଇଭର ବୋଟ୍ଟାସ ୨ ବିଜୟ ସହ ୨୪୯, ଫେରାରୀର ଲେକ୍‌ରେକ୍‌ ୨ ବିଜୟ ସହ ୨୧୫ ଓ ରେଡବୁଲ୍‌ର ମାକ୍ସ ଭର୍ଷ୍ଟାପେନ ୨ ବିଜୟ ସହ ୨୧୨ ପଏଣ୍ଟ ପାଇ ପଛକୁ ପଛ ରହିଛନ୍ତି। କନ୍‌ଷ୍ଟ୍ରକ୍ଟର୍ସ ଷ୍ଟାଣ୍ଡିଂରେ ମର୍ସିଡିଜ୍‌ ୫୭୧ ପଏଣ୍ଟ ପାଇ ଶୀର୍ଷସ୍ଥାନ ବଜାୟ ରଖିଥିବାବେଳେ ଫେରାରୀ ୪୦୯ ଏବଂ ରେଡ୍‌ବୁଲ୍‌ ୩୧୧ ପଏଣ୍ଟ ସହିତ ପରବର୍ତ୍ତୀ ୨ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri