Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଶଂସାରେ ଶତମୁଖ ହେଲେ ଏହି ଅଭିନେତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ଯୋଡା ଯାଇଛି। ଏବେ ସେ ଅଭିନେତ୍ରୀ ନତାଶା ଷ୍ଟାନକୋବିଚଙ୍କ ପ୍ରେମରେ ପଡିଛନ୍ତି। ଉଭୟ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ନତାଶା ଇନଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ପାଣ୍ଡ୍ୟା କମେଣ୍ଟରେ ‘woohoo’ ଲେଖିଛନ୍ତି। ଏହାର ଜବାବରେ ନତାଶା ଫଟୋ ଶ୍ରେୟ ହାର୍ଦ୍ଦିକଙ୍କୁ ଦେଇଛନ୍ତି। ଏହାସହ ସେ ତାଙ୍କୁ ପ୍ରଶଂସା କରି ଭଲ ଫଟୋଗ୍ରାଫି ବୋଲି କହିଛନ୍ତି। ନିକଟରେ ନତାଶା ପାଣ୍ଡ୍ୟାଙ୍କ ଗାଡିରେ ବସିଥିବାର ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। କେବଳ ଏତିକି ନୁହେଁ, ସେ କୁଆଡେ ନତାଶାଙ୍କୁ ନିଜ ମାତାପିତାଙ୍କ ସହ ଭେଟ କରାଇଛନ୍ତି। ଉଭୟଙ୍କ ପରିବାର ମଧ୍ୟ ଏହି ବିବାହକୁ ନେଇ ସହମତି ପ୍ରକାଶ କରିଛନ୍ତି। ତେଣୁ ଖୁବ୍ଶୀଘ୍ର ସେ ବିବାହ କରିବେ ବୋଲି ଜଣାପଡିଛି। ନିକଟରେ ଉଭୟଙ୍କୁ ମୁମ୍ବାଇର ଏକ କାଫେରେ ଦେଖିବାକୁ ମିଳିଥିଲା। ନତାଶା ସର୍ବିଆର ଜଣେ ଲୋକପ୍ରିୟ ଅଭିନେତ୍ରୀ ଏବଂ ଡ୍ୟାନ୍ସର ଭାବେ ଜଣାଶୁଣା। ସେ ପ୍ରକାଶ ଝା’ଙ୍କ ଫିଲ୍ମ ସତ୍ୟାଗ୍ରହ ଜରିଆରେ ବଲିଉଡରେ ପ୍ରବେଶ କରିଥିଲେ। ପାଣ୍ଡ୍ୟାଙ୍କ ନାମ ପୂର୍ବରୁ ମଧ୍ୟ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା, ଇଶା ଗୁପ୍ତା ଏବଂ ଏଲି ଆବ୍ରାହମଙ୍କ ସହ ଯୋଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri