ହାଲୁକା ବର୍ଷାରୁ କୋହଲା ପାଗ: ବଢ଼ିବ ଶୀତ: ୮ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୨୭-୧୨(ବ୍ୟୁରୋ): ଆକାଶରେ ମାଳ ମାଳ ବାଦଲ। ଏହା ସାଙ୍ଗକୁ ହାଲୁକା ବର୍ଷା। ପରିବେଶକୁ ଶୀତୁଆ କରିଦେଇଛି। ଗୁରୁବାର ରାଜ୍ୟରେ ଏଭଳି ଅବସ୍ଥା ଦିନ ତମାମ୍‌ ଲାଗି ରହିଥିଲା। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅନୁଗୋଳରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ତାଳଚେର ୩, ଚାନ୍ଦବାଲି ୦.୪, ବାରିପଦା ୧, ଝାରସୁଗୁଡ଼ା ୦.୬, ସୁନ୍ଦରଗଡ଼ ୪ ଓ କେନ୍ଦୁଝରରେ ୦.୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗୋପାଳପୁର ଏବଂ ଭୁବନେଶ୍ୱରରେ ମଧ୍ୟ ହାଲୁକା ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏଭଳି ପାଗ ଆଉ ଗୋଟିଏ ଦିନ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଅନ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଖୋର୍ଦ୍ଧା, କଟକ ଜିଲାରେ ପ୍ରବଳ କୁହୁଡ଼ି ହେବ ବୋଲି ଅନୁମାନ କରାଯାଇଛି। ତେବେ ଆସନ୍ତା ୨୮ ତାରିଖରୁ ପାରଦ ତଳକୁ ଖସିବ ଓ ଶୀତ ବଢ଼ିବ। ୩୦ ତାରିଖ ଯାଏ ଏହାର ପ୍ରଭାବ ରହିବ। ୩୧ ତାରିଖରୁ ପାରଦ ପୁଣି ଉପରମୁହଁା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗୁରୁବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ରେକର୍ଡ କରିଛି। ଏଠାରେ ତାପମାତ୍ରା ୯.୩ ଡିଗ୍ରୀ ସେଲ୍‌ସିୟସ ଥିବା ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଭାଗରେ ୧୧ରୁ ୧୯ ଡିଗ୍ରୀ ମଧ୍ୟରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ ହୋଇଥିବା ବେଳେ ଚାନ୍ଦବାଲି ୧୪.୮, କଟକ ୧୫, ପାରାଦୀପ ୧୭.୫, ଭୁବନେଶ୍ୱର ୧୭.୧, ଗୋପାଳପୁର ୧୯.୭, ପୁରୀ ୧୭.୪, ଅନୁଗୋଳ ୧୨.୬, ବାରିପଦା ୧୫.୫, ଝାରସୁଗୁଡ଼ା ୧୬, କେନ୍ଦୁଝର ୧୩.୪, ସମ୍ବଲପୁର ୧୫, ସୁନ୍ଦରଗଡ଼ ୧୧, ହୀରାକୁଦ ୧୬, ତାଳଚେର ୧୪.୧ ଫୁଲବାଣୀ ୧୩, ଦାରିଙ୍ଗବାଡ଼ିରେ ୧୪ ଡିଗ୍ରୀ ସେଲ୍‌ସିୟସ ଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri