Posted inଜାତୀୟ

ହିଂସା ପରେ ଜାମା ମସ୍‌ଜିଦ୍‌ରେ ପ୍ରଥମ ଶୁକ୍ରବାର ପ୍ରାର୍ଥନା: ଦିଲ୍ଲୀ ପୋଲିସ ପାଇଁ ପରୀକ୍ଷାର ଦିନ

ନୂଆଦିଲ୍ଲୀ,୨୮।୨: ଗତ କିଛି ଦିନରୁ ଦିଲ୍ଲୀର ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ପରେ ଶୁକ୍ରବାର ପ୍ରଥମ ପ୍ରାର୍ଥନା ଅନୁଷ୍ଠିତ ହେବ। ସେହି ସମୟରେ ଆଇନ୍‌ ବ୍ୟବସ୍ଥାକୁ ସମ୍ଭାଳିବା ପୋଲିସ ପାଇଁ କୌଣସି ପରୀକ୍ଷାଠାରୁ କମ୍‌ ନୁହେଁ। ଏଥିସହ ଦିଲ୍ଲୀ ପୋଲିସ ପାଇଁ ଆଉ ଏକ ବଡ଼ ଚ୍ୟାଲେଞ୍ଜିଂ ରହିବ ଜାମିଆରେ ଶୋଭାଯାତ୍ରା। କାରଣ ଗତ କିଛି ଦିନରୁ ଦେଶର ରାଜଧାନୀ ଅଶାନ୍ତ ଥିବା ବେଳେ କିଛି ଅଞ୍ଚଳରେ ହିଂସାକାଣ୍ଡ ଦେଖାଦେଇଥିଲା। ଏଥିରେ ପୋଲିସର କାର୍ଯ୍ୟଶୈଳୀ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଥିଲେ ଏବଂ ବ୍ରିଟେନ ଓ ଆମେରିକାର ପୋଲିସ ଭଳି କାମ କରିବାକୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ, ଉତ୍ତେଜନାପୂର୍ଣ୍ଣ ମାହୋଲରେ ମସ୍‌ଜିଦ୍‌ରେ ଶୁକ୍ରବାର ପ୍ରାର୍ଥନା ଅନୁଷ୍ଠିତ ହେବ। ସେହି ସମୟରେ କୌଣସି ଅପ୍ରିତିକର ପରିସ୍ଥିତି ନ ଉପୁଜିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ଅପରପକ୍ଷରେ ଶୁକ୍ରବାର ପ୍ରାର୍ଥନା ପରେ ଜାମିଆରେ ଏକ ଶୋଭାଯାତ୍ରା ବାହାର କରାଯିବ ବୋଲି ପୂର୍ବରୁ ଆହ୍ବାନ ଦିଆଯାଇଥିଲା। ଏହି ଶୋଭାଯାତ୍ରା ଜାମା ମସ୍‌ଜିଦ୍‌ରୁ ସେଣ୍ଟ୍ରାଲ୍‌ କ୍ୟାଣ୍ଟିନ୍‌ ପର୍ଯ୍ୟନ୍ତ ବାହାରିବ। ତେବେ ଏଥିରେ କୌଣସି ଅଘଟଣ ନ ଘଟିବା ସହ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା ହେବ ସେନେଇ ପୋଲିସ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?