ହିଙ୍ଗୁଳା ଲୋକ ମହୋତ୍ସବର ୨ୟ ସନ୍ଧ୍ୟା : କଳାକାରଙ୍କ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର, ୨୧ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଶନିବାର ଥିଲା ୨ୟ ସା। ହିଙ୍ଗୁଳା କ୍ଷେତ୍ର ମହାପ୍ରବନ୍ଧକ ପି.ବି. ରେଡ୍ଡୀ ମୁଖ୍ୟଅତିଥି, ସମ୍ମାନିତ ଅତିଥି ଭାବେ ହିଙ୍ଗୁଳା କ୍ଷେତ୍ରର କାର୍ମିକ ଅଧିକାରୀ ବି. ବେହୁରିଆ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟ ବୋର୍ଡ ସଦସ୍ୟ ମୁରଲୀଧର ସାହୁ, ସଞ୍ଜୟ କୁମାର ସାହୁ, ଅରୁଣ କୁମାର ପ୍ରଧାନ, ଗଗନ ବିହାରୀ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ସାଉଥବଲଣ୍ଡା ଜୀବନଜ୍ୟୋତି ଭଜନ ସା ଅନୁଷ୍ଠାନ ପକ୍ଷରୁ ଭଜନ ପରିବେଷଣ କରାଯାଇଥିଲା। ସେହିପରି ଜଗନ୍ନାଥ ସିଡବ୍ଲ୍ୟୁଏସ୍‌ ଡ୍ୟାନ୍ସ ଗ୍ରୁପ, ସାଉଥବଲଣ୍ଡାର ନୃତ୍ୟାଞ୍ଜଳି ଡ୍ୟାନ୍ସ ଗ୍ରୁପ, କ୍ଲାପ ଡି. କ୍ରିଉ ଅନୁଷ୍ଠାନ, ତାଳଚେର କୈବଲେଶ୍ୱର କଳା ପରିଷଦ ଓ ଡିଏଭି କଳିଙ୍ଗ ଅନୁଷ୍ଠାନ ଦ୍ୱାରା ଚିତ୍ତାକର୍ଷକ ନୃତ୍ୟ, ବଲାଙ୍ଗୀରର କୋଶଳ ଡ୍ୟାନ୍ସ ଏକାଡେମୀର କଳାକାରମାନଙ୍କ ପାରମ୍ପରିକ  ଲୋକନୃତ୍ୟ, ଢେଙ୍କାନାଳର ସତ୍ୟରୂପା ଡ୍ୟାନ୍ସ ଗ୍ରୁପ ଓ କଲିକତାର ନୁପୁର ଡ୍ୟାନ୍ସ ଗ୍ରୁପ କଳାକାରମାନଙ୍କ  ନୃତ୍ୟ  ଦର୍ଶକଙ୍କୁ ବିମୁଗ୍ଧ କରିଥିଲା।  ସଞ୍ଜୀବ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଧୁଳେଶ୍ୱର ବେହେରା, ପ୍ରବୀର ପ୍ରଧାନ, ମୁକୁନ୍ଦ ଶତପଥୀ ପ୍ରମୁଖ ସହଯୋଗ କରିଥିଲେ। ସମସ୍ତ କଳାକାରମାନଙ୍କୁ ଟ୍ରଷ୍ଟବୋର୍ଡ ପକ୍ଷରୁ ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା…

ଖୋଲା ଆକାଶତଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ: ଅବ୍ୟବସ୍ଥାରେ ସର୍ବପୁରାତନ ପ୍ରାଥମିକ ବିଦ୍ୟାଳୟ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ, ଛାତ୍ରୀଛାତ୍ରଙ୍କୁ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ…

ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri