ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାର ଡ୍ରାଇଭର ତଥା ନୂଆଦିଲୀସ୍ଥିତ ରାଣୀଖେଦା ଅଞ୍ଚଳର ଆଶିଷ କୁମାର, ବିହାର ବୈଶାଳୀ ଜିଲା ରଘୁଆପୁରର ନାନକ ରାଏ ଓ ମିର୍ଜାପୁର ଜିଲା କଟରା ଅଞ୍ଚଳର ସୁରଜ ମଣ୍ଡଳ। ସେମାନଙ୍କ ନିକଟରୁ ୨ ବସ୍ତା ଗଞ୍ଜେଇ, ଏକ ଦାମୀ କାର ଜବତ ହୋଇଛି। ଥାନା ଏସ୍‌ଆଇ ବିଶ୍ୱଜିତ ନାୟକଙ୍କ ଏତଲା କ୍ରମେ ହିଞ୍ଜିଳି ଥାନାରେ (୧୮୪/୧୯) ମାମଲା ରୁଜୁହୋଇଛି। ଅଭିଯୁକ୍ତମାନଙ୍କୁ ସୋମବାର ଛତ୍ରପୁର ସେକ୍ସନ କୋର୍ଟକୁ ଚାଲାଣ କରାଯାଇଛି। ହିଞ୍ଜିଳି ଥାନା ଇଲାକାରେ ବଡ଼ ଧରଣର ଗଞ୍ଜେଇ ଚୋରା ର଼୍ୟାକେଟର ପର୍ଦ୍ଧାଫାଶ ପୋଲିସ ପାଇଁ ବଡ଼ ସଫଳତା ବୋଲି ଖବରଦାତାଙ୍କୁ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri