ହିତାଧିକାରୀ ଚୟନ ପ୍ରକ୍ରିୟାରେ ପାତରଅନ୍ତର ଅଭିଯୋଗ: ପୌରପାଳିକା ଘେରାଉ କରିବା ନେଇ କଂଗ୍ରେସର ଦାବିପତ୍ର

ଭଦ୍ରକ ଅଫିସ,୧୩ା୫: ଦେଶରେ ମହାମାରୀ କରୋନା ଆତଙ୍କ ଲାଗି ରହିଥିବା ବେଳେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଗରିବ ଲୋକଙ୍କୁ ସହାୟତା ଯୋଗାଇବାକୁ ଚେଷ୍ଟା କରୁଛନ୍ତି । ଯେଉଁ ଯୋଗ୍ୟ ପରିବାର ରାଶନକାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଏବେ ନୂତନ ଭାବେ ରାଶନକାର୍ଡ ଦେବାର ବନ୍ଦୋବସ୍ତ କରାଯାଉଛି । ଏଥିନିମନ୍ତେ ହିତାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ଏହି ହିତାଧିକାରୀ ଚୟନରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହେଉଛି। ବିଶେଷକରି ଭଦ୍ରକ ପୌରପାଳିକାର ବିଭିନ୍ନ ୱାର୍ଡର ଗରିବ ଲୋକଙ୍କ ତାଲିକା ପ୍ରସ୍ତୁତିରେ ଏପରି ଅନିୟମିତତା କରାଯାଉଛି। ହିତାଧିକାରୀ ଚୟନ ନିମନ୍ତେ ନିୟୋଜିତ ପୌରପାଳିକା କର୍ମଚାରୀ ଏବଂ ଯୋଗାଣ ବିଭାଗର କର୍ମଚାରୀ କ୍ଷେତ୍ରକୁ ନ ଯାଇ ଅଫିସରେ ବସି ଦଳୀୟ ଭିତ୍ତିରେ ହିତାଧିକାରୀ ଚୟନ କରୁଛନ୍ତି । ଏହାକୁ ବିରୋଧ କରି ଜିଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ନଳିନୀକାନ୍ତ ମହାନ୍ତି ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି । ଜିଲା ପ୍ରଶାସନ ଏଥିରେ ହସ୍ତକ୍ଷେପ କରି ପ୍ରକୃତଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ପଦକ୍ଷେପ ନ ନେଲେ କଂଗ୍ରେସ ପକ୍ଷରୁ ଏହାକୁ ଘୋର ବିରୋଧ କରାଯିବା ସହିତ ଆବଶ୍ୟକ ପଡ଼ିଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରି ପୌରପାଳିକା କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି କାର୍ଯ୍ୟକାରୀ ସଭାପତି ଚେତାବନୀ ଦେଇଛନ୍ତ। ଏହି ଦାବିପତ୍ର ପ୍ରଦାନ ଅବସରରେ ପୂର୍ବତନ କାଉନସିଲର ଦିଲ୍ଲୀପ ନାୟକ, ନଗର କଂଗ୍ରେସ କମିଟି ସଭାପତି ଅବଦୁଲ ମୋକିତ ଖାଁ, ପୂର୍ବତନ କାଉନସିଲର ଅସରଫ୍‌ ଅଲ୍ଲୀ, ସେକ୍‌ ସମଦାନୀ, ଗୁଲାମ ମଇଉଦ୍ଦିନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri