Posted inଭଦ୍ରକ

ହିତାଧିକାରୀଙ୍କୁ ଭେଟିଲେ ପ୍ରକଳ୍ପ ନିର୍ଦ୍ଦେଶକ: ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବୁଧବାର ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀମାନଙ୍କୁ ଭେଟିଥିଲେ। ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ସେ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ସହକାରୀ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରହଲ୍ଲାଦ ରଣା, ଜିଲା ପ୍ରକଳ୍ପ ପରିଚାଳକ ସଞ୍ଜୟ ଦାଶ ଓ ଧବଳେଶ୍ୱର ମହିଳା ମହାସଂଘର ସଭାନେତ୍ରୀ କମଳା ମିଶ୍ର ଉପସ୍ଥିତ ଥିଲେ। ଅଧିକାରୀମାନେ ଉକ୍ତ ପଞ୍ଚାୟତର କାଦବରାଙ୍ଗ, କୁସୁନପୁର ଆଦି ଗ୍ରାମ ପରିଦର୍ଶନ କରି ୧୦ଜଣ ହିତାଧିକାରୀଙ୍କୁ ଭେଟିଥିଲେ। ଆସନ୍ତା ମାର୍ଚ୍ଚ ଶେଷ ସୁଦ୍ଧା ଆବାସ କାର୍ଯ୍ୟ ସାରିବାକୁ ପ୍ରକଳ୍ପ ନିର୍ଦ୍ଦେଶକ ହିତାଧିକାରୀମାନଙ୍କୁ ପରାମର୍ଶ ଦେବା ସହ ପଞ୍ଚାୟତ ଅଧିକାରୀମାନଙ୍କୁ ତାଗିଦ୍‌ କରିଥିଲେ। ଏଥିସହ ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ହିତାଧିକାରୀମାନଙ୍କୁ ଗୃହ କାର୍ଯ୍ୟରେ ଆର୍ଥତ୍କ ସହାୟତା ପ୍ରଦାନ ଲାଗି ମହିଳା ମହାସଂଘର ସଭାନେତ୍ରୀଙ୍କୁ ସେ ପରାମର୍ଶ ଦେଇଥିଲେ। ଜିଲା ଅଧିକାରୀଙ୍କ ଗସ୍ତ ବେଳେ ସରପଞ୍ଚ ଲକ୍ଷ୍ମୀପ୍ରିୟା ଭାରତୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଶାକର ଖୁଣ୍ଟିଆ, ଗ୍ରାମରୋଜଗାର ସେବକ ଭାଗୀରଥି ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଥାଉକି, ଏହି ପଞ୍ଚାୟତରେ ୧୧୨ ଆବାସ କାର୍ଯ୍ୟାଦେଶ ହୋଇଥିବାବେଳେ ୧୭ଟି ସମ୍ପୂର୍ଣ୍ଣ ହୋଇଛି। ୮ଟି ରୁଫ୍‌ ଲେଭଲ, ୧୭ଟି ପ୍ଲିନ୍ଥ ଲେଭଲ ପର୍ଯ୍ୟନ୍ତ ନିର୍ମାଣ ହୋଇଥିବାବେଳେ ୭୦ ଘର ଆଦୌ ଆରମ୍ଭ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri