ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ ମାସକୁ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ବିନାମୂଲ୍ୟରେ ତିନି ମାସ ପାଇଁ ଦିଆଯିବ। ଏପ୍ରିଲ୍‌, ମେ ଓ ଜୁନ୍‌ ମାସ ପାଇଁ ଏହି ଚାଉଳ ବଣ୍ଟନ କରାଯିବ। ଚାଉଳ ବଣ୍ଟନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୁଲଭ ମୂଲ୍ୟ ଦୋକାନ ମାଧ୍ୟମରେ ହିତାଧିକାରୀଙ୍କୁ ଏହି ତିନି ମାସର ଚାଉଳ ସହିତ ପରିବାର ପିଛା ମାସକୁ ଏକ କିଲୋ ହରଡ଼ ଡାଲି ୩ ମାସ ପାଇଁ ବିନାମୂଲ୍ୟରେ ଯୋଗାଇଦେବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଏଥିନିମନ୍ତେ ତୁରନ୍ତ ଚାଉଳ ଓ ଡାଲି ଉଠାଣ ଓ ପରିବହନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଯୋଜନାରେ ରାଜ୍ୟର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ୧ ଲକ୍ଷ ୧୬ ହଜାର ୭ ପରିବାରର ପ୍ରାୟ ୩ ଲକ୍ଷ ୭୮ ହଜାର ୮୨୯ ଜଣ ହିତାଧିକାରୀ ଉପକୃତ ହେବେ। ସେହିପରି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ୮୦ ଲକ୍ଷ ୨୬ ହଜାର ୩୭୫ଟି ପରିବାରର ପ୍ରାୟ ୨ କୋଟି ୮୬ ଲକ୍ଷ ୬ ହଜାର ୨୩୯ ଜଣ ହିତାଧିକାରୀ ଉପକୃତ ହେବେ। ସେହିଭଳି ଅନ୍ତ୍ୟୋଦୟ ଅନ୍ନ ଯୋଜନାର ୧୨ ଲକ୍ଷ ୫୯ ହଜାର ୧୮୧ ପରିବାରର ୩୮ ଲକ୍ଷ ୬୪ ହଜାର ୨୬୦ ଜଣ ହିତାଧିକାରୀ ଉପକୃତ ହେବେ। ହିତାଧିକାରୀଙ୍କୁ ମାସକୁ ମୁଣ୍ଡପିଛା ୫ କି.ଗ୍ରା ଲେଖାଏ ଚାଉଳ ତିନି ମାସ ପାଇଁ ବିନା ମୂଲ୍ୟରେ ଯୋଗାଇ ଦିଆଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗ୍ୟ ରାଶନକାର୍ଡଧାରୀମାନଙ୍କୁ ୩ ମାସ ପାଇଁ ଯୋଗାଇ ଦିଆଯାଉଥିବା ଚାଉଳ ସହିତ ଅତିରିକ୍ତ ଭାବେ ଏହି ଚାଉଳ ଓ ଡାଲି ମାଗଣାରେ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri