ହିତାଧିକାରୀଙ୍କୁ ମିଳୁନି ଗୁହାଳ ନିର୍ମାଣ ଅର୍ଥ : ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ

କର୍ଲାମୁଣ୍ଡା,୨।୧୧(ଡି.ଏନ୍‌.ଏ) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତରେ ହିତାଧିକାରୀମାନେ କାର୍ଯ୍ୟାଦେଶ ପାଇ ଗୁହାଳ ନିର୍ମାଣ ଶେଷ କରିଥିଲେ ସୁଦ୍ଧା ଆଜିପର୍ଯ୍ୟନ୍ତ ସହାୟତା ରାଶି ପାଇ ନ ଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକର ସ.ମାଲପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆରଜିଏରେ ୭୦ଜଣ ହିତାଧିକାରୀ କାର୍ଯ୍ୟାଦେଶ ପାଇ ଗାଈ ଗୁହାଳ ନିର୍ମାଣ ସମାପ୍ତ କରିବାର ଦୀର୍ଘଦିନ ବିତି ଯାଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା ସହାୟତା ରାଶି ପାଇନାହାନ୍ତି। ଅଭିଯୋଗ ଅନୁଯାୟୀ, ୨୦୧୭-୧୮ ଆର୍ଥିକ ବର୍ଷ ୧୬ ଜଣ ଓ ୧୮-୧୯ ଆର୍ଥିକ ବର୍ଷ ୫୪ଜଣଙ୍କୁ ଏମ୍‌ଜିଏନ୍‌ଆରଜିଏରେ ୧ ଲକ୍ଷ ୧୩ ହଜାର ଟଙ୍କାର ଅଟକଳରେ ବ୍ଲକ ପକ୍ଷରୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। ପରେ ହିତାଧିକାରୀମାନେ ଗୁହାଳ ନିର୍ମାଣ କରିଥିଲେ। ନିର୍ମାଣର ୪ ମାସ ବିତିଯାଇଥିଲେ ସୁଦ୍ଧା ହିତାଧିକାରୀମାନେ ଅର୍ଥ ପାଇପାରୁ ନ ଥିବା ନେଇ ବାଗବୁରାଇ ଗାଁର କହଁର ସାହୁ ଓ ଅନ୍ୟମାନେ ଅକ୍ଟୋବର ୧୦ତାରିଖରେ ବିଡିଓଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏନେଇ କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧାଙ୍କୁ ପଚାରିବାରୁ, କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରିନାହାନ୍ତି। ସେହିପରି କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦଙ୍କୁ ଯୋଗାଯୋଗ କରାଯିବାରୁ, ଏହାର ତଦନ୍ତ କରାଯିବ ଓ ହିତାଧିକାରୀମାନେ କିପରି ସହାୟତା ପାଇପାଇବେ ଚେଷ୍ଟା କରାଯିବ ବୋଲି କହିଛନ୍ତି। ଅନ୍ୟପକ୍ଷରେ ଏହି ପଞ୍ଚାୟତ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କ ଉଦାସୀନତା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri