ହିତାଧିକାରୀଙ୍କୁ ୩ମାସର ରାସନ ସାମଗ୍ରୀ ବଣ୍ଟନ

ହାଟଡ଼ିହୀ,୧୬।୪(ଡି.ଏନ୍‌.ଏ.): କରୋନା ରୋଗର ମୁକାବିଲା ପାଇଁ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯୋଗାଣ ଅଧିକାରୀ ଶ୍ୟାମ ମାଝୀ ଓ ସରପଞ୍ଚ ନିମାଇଁ ସାମଲଙ୍କ ଉପସ୍ଥିତିରେ ଢେଙ୍କା ପଞ୍ଚାୟତର ହିତାଧିକାରୀଙ୍କୁ ଏପ୍ରିଲ, ମେ’ ଓ ଜୁନ ୩ମାସର ରାସନ ସାମଗ୍ରୀ ଏକାଥରକେ ବଣ୍ଟନ କରାଯାଇଛି। ଏଥିସହ ରାସନ କାର୍ଡ ପିଛା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ମଧ୍ୟ ପ୍ରଦାନ କରାଯାଇଛି। କିନ୍ତୁ କେତେକ ବ୍ୟକ୍ତିଙ୍କର ରାସନ କାର୍ଡ ନ ଥିବାରୁ ସେମାନଙ୍କୁ ଯୋଗାଣ ସାମଗ୍ରୀ ମଳିପାରୁ ନ ଥିବା ଅଭିଯୋଗ ହୋଇଛି। ପଞ୍ଚାୟତ ପକ୍ଷରୁ ଶହେ ଜଣଙ୍କୁ ଦୁଇ ଓଳି ରନ୍ଧା ଖାଦ୍ୟର ବ୍ୟବସ୍ଥା ମଧ୍ୟ କରାଯାଇଥିବା ଜଣାପଡ଼ିଛି। ସେହିପରି ଜିଆରଏସ୍‌ ପ୍ରଫୁଲ୍ଲ ମାଝୀ ଓ ପିଇଓ ନରହରି ନାୟକ ଘର ଘର ବୁଲି ହିତାଧିକାରୀଙ୍କୁ ଭତ୍ତା, ସାବୁନ, ମାସ୍କ ପ୍ରଦାନ କରିଛନ୍ତି। ଏଥିସହ ନିର୍ମାଣ ଶ୍ରମିକଙ୍କୁ ଦେଢ଼ ହଜାର ଟଙ୍କା ବଣ୍ଟନ କରାଯାଇଛି। ଅପରପକ୍ଷେ ଜିଲାରେ ଆଇସୋଲେଶନ୍‌ କେନ୍ଦ୍ର ଖୋଲା ସରିଥିବା ବେଳେ ବିଡ଼ିଓ ଓ ଯୋଗାଣ ଅଧିକାରୀ ଉକ୍ତ ପଞ୍ଚାୟତର ସମସ୍ତ କାର୍ଯ୍ୟକୁ ତଦାରଖ କରୁଛନ୍ତି। ଏହି ପଞ୍ଚାୟତ ଅଧିନରେ ୧୯ଟି ୱାର୍ଡ ରହିଥିବା ବେଳେ ଏହା ଏକ ଆଦିବାସୀ ପଞ୍ଚାୟତ। କରୋନା ଭାଇରସ୍‌ର ମୁକାବିଲା ଲାଗି ପଞ୍ଚାୟତ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ସ୍ବାଗତ କରାଯିବା ସହ ଜିଆରଏସ ଓ ପିଇଓଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରାଯାଇଛ।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri