ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ବିଭିନ୍ନ ସଙ୍ଗଠନ

ବଡ଼ଗାଁ,୨୫।୪(ଅଶୋକ ଷଡ଼ଙ୍ଗୀ): କଶ୍ମୀରର ପହଲଗାମ୍‌ରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି। ଏହି ଘଟଣାରେ ଆତଙ୍କବାଦୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ଶୁକ୍ରବାର ପୂର୍ବାହ୍ନରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବଡ଼ଗାଁ ବିଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ, ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ, ଦୁର୍ଗା ବାହିନୀ, ଏକଲ ଗ୍ରାମ ଉତ୍‌ଥାନ ସଂସାଧନ କେନ୍ଦ୍ର ଆଦି ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ହିନ୍ଦୁ ସମାଜର ଭଉଣୀ ଭାଇମାନେ ବଡ଼ଗାଁ ଡାକବଙ୍ଗଳାଠାରେ ଏକ ବୈଠକରେ ଏକାଠି ହୋଇଥିଲେ।

ସେଠାରେ ମୃତ ପର୍ଯ୍ୟଟକଙ୍କ ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା। ବଡ଼ଗାଁ ଅଞ୍ଚଳରେ ବାଙ୍ଗଲାଦେଶୀ, ରୋହିଙ୍ଗ୍ୟାମାନେ କାମ କରିବାକୁ ଆସି ଅପରାଧ ଘଟାଇବା ଦୃଷ୍ଟାନ୍ତ ଥିବାରୁ ତୁରନ୍ତ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଥିଲା। ବୈଠକରେ ସନାତନ ନାଏକ, ବ୍ରହ୍ମାନନ୍ଦ ପାଣିଗ୍ରାହୀ, ରାଜେଶ ଦାସ, ଆଲୋକ ସାହୁ, ବିରେନ୍ଦ୍ର ମାଝୀ, କିଶୋର କୁମାର କେଶରୀ, ଭରତ ଚନ୍ଦ୍ର ରାଉତ, ମନୋଜ କୁମାର ଟପୋ, ସୁନିଲ ନାଏକ, ରେଣୁକା ବାରିକ, ସେବତୀ ଡୁଙ୍ଗଡୁଙ୍ଗ, ଅମିତା ଡୁଙ୍ଗଡୁଙ୍ଗ, ଗୌରୀ ମାଝି, ମାନସୀ ମୁଖି ପ୍ରମୁଖ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri