Posted inଜାତୀୟ

ହିନ୍ଦୁ ସମାଜ ପାର୍ଟିର ନେତାଙ୍କୁ ଗଳା କାଟି ହତ୍ୟା

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କୁ ଶୁକ୍ରବାର ଦିନ ଦ୍ୱିପହରରେ ଗଳା କାଟି ହତ୍ୟା କରାଯାଇଛି। ଚିକିତ୍ସାଧିନ ଅବସ୍ଥାରେ ଟ୍ରମା ସେଣ୍ଟରରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ନାକାର ଖୁର୍ସିଦ ବାଗସ୍ଥିତ ହିନ୍ଦୁ ସମାଜ ପାର୍ଟି କାର୍ଯ୍ୟାଳୟକୁ ୨ଜଣ ଦୁର୍ବୃତ୍ତ କମଲେଶଙ୍କୁ ସାକ୍ଷାତ କରିବାକୁ ଆସିଥିଲେ। ସେଠାରେ କମଲେଶଙ୍କ ସହ ଚା’ ପିଇବା ପରେ ସାଙ୍ଗରେ ଆଣିଥିବା ଏକ ମିଠା ଡବାରୁ ଛୁରୀ କାଢ଼ି ତାଙ୍କ ଗଳାକୁ ଅତି ନିର୍ମମ ଭାବେ କାଟି ଦେଇଥିଲେ। ଏହାପରେ ତାଙ୍କୁ ଗୁଳି କରି ସେଠାରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସଙ୍ଗେ ସଙ୍ଗେ ତାଙ୍କୁ ଟ୍ରମା ସେଣ୍ଟର ନିଆଯାଇଥିଲା। ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାମଲା ରୁଜୁ କରିବା ସହ ହତ୍ୟାରେ ବ୍ୟବହୃତ ଛୁରୀ ଓ ବନ୍ଧୁକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri