ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ: ଜଣେ ଡାକ୍ତରରେ ଚାଲିଛି ଚିକିତ୍ସା

ହିନ୍ଦୋଳ,୧୦।୧୦(ଡି.ଏନ.ଏ)-ହିନ୍ଦୋଳ ବ୍ଲକର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରାଣ କେନ୍ଦ୍ର କୁହାଯାଉଥିବା ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିଗିଡ଼ି ଯାଇଛି। ଗତ କିଛି ବର୍ଷ ହେବ ଏଠାରେ ବହୁ ଡାକ୍ତର ପଦବୀ ଖାଲି ପଡ଼ିଥିବାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଚିକିତ୍ସାଳୟରେ ୧୩ ଜଣ ଡାକ୍ତର ରହିବା ପରିବର୍ତ୍ତେ ବର୍ତ୍ତମାନ ମାତ୍ର ୪ଜଣ ଡାକ୍ତର ଅଛନ୍ତି। କୌଣସି ବିଶେଷଜ୍ଞ ଡାକ୍ତର ନାହାନ୍ତି। ଅନେକ ସମୟରେ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ଚିକିତ୍ସାଳୟ ପରିସରରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେଉଛି। ଫଳରେ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର ଚିକିତ୍ସାଳୟରେ କେବଳ ଜଣେ ଡାକ୍ତରଙ୍କ ଉପସ୍ଥିତିରେ ଚିକିତ୍ସା ଚାଲିଥିଲା। ଏଥିପାଇଁ ଛୋଟପିଲାଠାରୁ ଆରମ୍ଭ କରି ବୃଦ୍ଧ, ବୃଦ୍ଧା ପର୍ଯ୍ୟନ୍ତ ସମସ୍ତେ ଲମ୍ବା ଲାଇନରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ଏହାକୁ ନେଇ ଚିକିତ୍ସାଳୟରେ ଉତ୍ତେଜନା ଦେଖାଯାଇଥିଲା। ପରେ ଚୁକ୍ତିଭିତ୍ତିକ ଜଣେ ଡାକ୍ତର ଆସି ସେବା ଯୋଗାଇ ଦେବାରୁ ପରିସ୍ଥତି ଶାନ୍ତ ପଡ଼ିଥିଲା। ଚିକିତ୍ସାଳୟରେ ଉପଖଣ୍ଡ ଚିକିତ୍ସାଧିକାରୀ ଅନେକ ସମୟ ଅନୁପସ୍ଥିତ ରହୁଥିବା ସାଧାରଣରେ ଅଭିଯୋଗ ହୋଇଛି। ଏଥିପ୍ରତି ଜିଲା ଚିକିତ୍ସାଧିକାରୀ, ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri