ହିନ୍ଦୋଳ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ: ସରକାରୀ ଅନୁଦାନ ସମୁଦ୍ରକୁ ଶଙ୍ଖେ

ହିନ୍ଦୋଳ, ୫।୬(ଡି.ଏନ.ଏ.) – ହିନ୍ଦୋଳର ଐତିହାସିକ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଖର୍ଚ୍ଚ ତୁଳନାରେ ସରକାରୀ ସୂତ୍ରରେ ମିଳୁଥିବା ଅନୁଦାନ ‘ସମୁଦ୍ରକୁ ଶଙ୍ଖେ’ ପରି ହେଉଛି। ଏ ନେଇ ଉଦ୍‌ବେଗ ପ୍ରକାଶ ପାଇଥିଲା।
କମିଟି ଅଧ୍ୟକ୍ଷ ତଥା ଉପଜିଲାପାଳ ଭବେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ପୂର୍ବବର୍ଷର ଆୟବ୍ୟୟର ସମୀକ୍ଷା କରାଯାଇଥିଲା। ସ୍ନାନ ପୂର୍ଣ୍ଣିମାଠାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେ ନେଇ ବିସ୍ତୃତ ଆଲୋଚନା କରାଯାଇଛି।
ଦରଦାମ ବୃଦ୍ଧି ଯୋଗୁ ରଥଯାତ୍ରା ଖର୍ଚ୍ଚ ୨ଲକ୍ଷ ଟପିଲାଣି। ହେଲେ ସରକାରୀ ଅନୁଦାନ ମାତ୍ର ୫୦ ହଜାର ଟଙ୍କା ମିଳୁଛି। ରଥଯାତ୍ରାକୁ ବିଧିବ୍ୟବସ୍ଥିତ କରିବାକୁ ଅର୍ଥରାଶି ବଢ଼ାଇବା ଜରୁରୀ ହୋଇପଡ଼ିଛି। ଏହାକୁ ସରକାର ହେୟଜ୍ଞାନ କରୁଛନ୍ତି। ଏ ନେଇ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀମାନେ କ୍ଷୋଭ ବ୍ୟକ୍ତ କରିଥିଲେ। ହିନ୍ଦୋଳ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ଅଞ୍ଚଳବାସୀ, ସରକାରୀ ପଦାଧିକାରୀ, ସାମାଜିକ ଅନୁଷ୍ଠାନ, ବ୍ୟବସାୟୀମାନେ ସହାୟତାର ହାତ ବଢ଼ାଇବାକୁ ନିବେଦନ କରାଯାଇଛି। ବୈଠକରେ ଏନଏସି ଅଧ୍ୟକ୍ଷା ରୀନା ବେହେରା, ତହସିଲଦାର ଅଜୟ ମଲ୍ଲିକଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ, ବଜାର କମିଟି ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri