ହିନ୍ଦୋଳ, ୫।୬(ଡି.ଏନ.ଏ.) – ହିନ୍ଦୋଳର ଐତିହାସିକ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଖର୍ଚ୍ଚ ତୁଳନାରେ ସରକାରୀ ସୂତ୍ରରେ ମିଳୁଥିବା ଅନୁଦାନ ‘ସମୁଦ୍ରକୁ ଶଙ୍ଖେ’ ପରି ହେଉଛି। ଏ ନେଇ ଉଦ୍ବେଗ ପ୍ରକାଶ ପାଇଥିଲା।
କମିଟି ଅଧ୍ୟକ୍ଷ ତଥା ଉପଜିଲାପାଳ ଭବେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ପୂର୍ବବର୍ଷର ଆୟବ୍ୟୟର ସମୀକ୍ଷା କରାଯାଇଥିଲା। ସ୍ନାନ ପୂର୍ଣ୍ଣିମାଠାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେ ନେଇ ବିସ୍ତୃତ ଆଲୋଚନା କରାଯାଇଛି।
ଦରଦାମ ବୃଦ୍ଧି ଯୋଗୁ ରଥଯାତ୍ରା ଖର୍ଚ୍ଚ ୨ଲକ୍ଷ ଟପିଲାଣି। ହେଲେ ସରକାରୀ ଅନୁଦାନ ମାତ୍ର ୫୦ ହଜାର ଟଙ୍କା ମିଳୁଛି। ରଥଯାତ୍ରାକୁ ବିଧିବ୍ୟବସ୍ଥିତ କରିବାକୁ ଅର୍ଥରାଶି ବଢ଼ାଇବା ଜରୁରୀ ହୋଇପଡ଼ିଛି। ଏହାକୁ ସରକାର ହେୟଜ୍ଞାନ କରୁଛନ୍ତି। ଏ ନେଇ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀମାନେ କ୍ଷୋଭ ବ୍ୟକ୍ତ କରିଥିଲେ। ହିନ୍ଦୋଳ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ଅଞ୍ଚଳବାସୀ, ସରକାରୀ ପଦାଧିକାରୀ, ସାମାଜିକ ଅନୁଷ୍ଠାନ, ବ୍ୟବସାୟୀମାନେ ସହାୟତାର ହାତ ବଢ଼ାଇବାକୁ ନିବେଦନ କରାଯାଇଛି। ବୈଠକରେ ଏନଏସି ଅଧ୍ୟକ୍ଷା ରୀନା ବେହେରା, ତହସିଲଦାର ଅଜୟ ମଲ୍ଲିକଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ, ବଜାର କମିଟି ସଦସ୍ୟ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

