ହିମାଂଶିଙ୍କୁ ବିବାହ ପ୍ରସ୍ତାବ ଦେଲେ ଆସିମ

ବମ୍ବେ: ‘ବିଗ୍‌ବସ୍‌’ ଘରେ ଅନେକ ସଫଳ ପ୍ରେମ କାହାଣୀ ଗଢ଼ି ଉଠିଥିବା ନଜିର ରହିଛି। ଏହି କ୍ରମରେ ଚଳିତ ସିଜନ୍‌ରେ ଦୁଇଟି ଯୋଡ଼ି ଚର୍ଚ୍ଚାରେ। ସିଦ୍ଧାର୍ଥ-ଶେହନାଜ ଏବଂ ଆସିମ-ହିମାଂଶୀଙ୍କ ପ୍ରେମର ଗାଡ଼ି ଏବେ ନୂଆ ନୂଆ ସୋପାନ ଦେଇ ଗତିକରୁଛି। ମଙ୍ଗଳବାର ପ୍ରସାରିତ ହୋଇଥିବା ଅଧ୍ୟାୟରେ ଆସିମ ହିମାଂଶିଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିବା ଦେଖିବାକୁ ମିଳିଛି।

ହିମାଂଶି ପୂର୍ବରୁ ପ୍ରତିଯୋଗୀ ଭାବେ ଯୋଗ ଦେଇଥିଲେ। ହେଲେ ଭୋଟ କମ୍‌ ମିଳିବା କାରଣରୁ ସେ ବାହାରି ଯାଇଥିଲେ। ଏବେ ଆସିମଙ୍କୁ ସମର୍ଥନ କରିବାକୁ ସେ ପୁନର୍ବାର ବିଗ୍‌ବସ୍‌କୁ ଫେରିଛନ୍ତି। ଫଳରେ ପୂର୍ବରୁ ଆରମ୍ଭ ହୋଇଥିବା ସମ୍ପର୍କକୁ ଏକ ନୂଆ ଦିଗ ମିଳିଯାଇଛି। ଜଣେ ପକା ପ୍ରେମିକ ଭାବେ ଆସିମ ବେଶ୍‌ ଖୁସି ହୋଇ ହିମାଂଶିଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଛନ୍ତି। ଦୀର୍ଘ ସମୟ ଧରି ମନାକରିବା ପରେ ହିମାଂଶି ଶେଷରେ ହଁ ଭରିଛନ୍ତି।

ଏହି ଘଟଣାକୁ କିନ୍ତୁ ଆସିମଙ୍କ ଭାଇ ଉମର ଗ୍ରହଣ କରିପାରି ନାହାନ୍ତି। ଏବେ ଆସିମଙ୍କ କ୍ୟାରିୟର ଗଢ଼ିବାର ସମୟ, ବିବାହ ନୁହେଁ ବୋଲି ସେ କହିଛନ୍ତି। ଯଦି ଉଭୟ ପରସ୍ପରଙ୍କୁ ଭଲ ପାଉଥାଆନ୍ତି, ତେବେ ଘରୁ ବାହାରିବା ପରେ ସମୟ ବିତାନ୍ତୁ। ଜଣେ ଅନ୍ୟଜଣଙ୍କୁ ଜାଣିବାକୁ ଚେଷ୍ଟା କରନ୍ତୁ। ଶେଷରେ ବିବାହ କରିବେ କି ନା ଦେଖାଯିବ ବୋଲି ଉମର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri