Posted inଖେଳ

ହିରୋ ସବ୍‌ଜୁନିୟର ଲିଗ୍‌: ଓଡ଼ିଶା ଏଫ୍‌ସିର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୩।୧ (ସ୍ପୋଟର୍‌ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ ଓଡ଼ିଶା ଏଫ୍‌ସିର ୧୩ ବର୍ଷରୁ କମ୍‌ ଦଳ ହିରୋ ସବ୍‌ଜୁନିୟର ଲିଗ୍‌ରେ ବୃହତ୍‌ ବିଜୟ ହାସଲ କରିଛି। ବୁଧବାର ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଏକ ମ୍ୟାଚ୍‌ରେ ସବ୍‌ଜୁନିୟର ଓଡ଼ିଶା ଏଫ୍‌ସି ଦଳ ୧୨-୦ ଗୋଲରେ ଏକପାଖିଆ ଭାବେ ପଞ୍ଜାବ ଫୁଟ୍‌ବଲ କ୍ଲବକୁ ପରାସ୍ତ କରିଛି। ଓଡ଼ିଶା ପକ୍ଷରୁ ପ୍ରଣୟ ଟୋପଓ୍ବାଲ ହ୍ୟାଟ୍ରିକ ଗୋଲ କରିଥିଲେ। ପୁରା ମ୍ୟାଚ୍‌ରେ ଓଡ଼ିଶା ଖେଳାଳିମାନେ ଆଧିପତ୍ୟ ବିସ୍ତାର କରି ଖେଳିଥିଲେ। ମ୍ୟାଚ୍‌ର ୨୩, ୨୪ ଓ ୨୫ତମ ମିନିଟ୍‌ରେ ଯଥାକ୍ରମେ ସିଦ୍ଧାର୍ଥ ଅଟ୍ରି, ଆଦିତ୍ୟ ଅଧିକାରୀ ଓ ଅକ୍ଷତ ମେହେରଙ୍କ ଗୋଲ ବଳରେ ଓଡ଼ିଶା ୩-୦ରେ ଅଗ୍ରଣୀ ହାସଲ କରିଥିଲା। ଏହାପରେ ୩୪, ୩୮, ୪୨ ଓ ୪୪ତମ ମିନିଟ୍‌ରେ ଗୋଲସ୍କୋର କରି ଓଡ଼ିଶା ପ୍ରଥମାର୍ଦ୍ଧ ସୁଦ୍ଧା ୮-୦ ଗୋଲରେ ଅଗ୍ରଣୀ ଲାଭ କରିଥିଲା। ଏହାପରେ ୫୨ ଓ ୫୬ତମ ମିନିଟ୍‌ରେ ଯଥାକ୍ରମେ ସୌରଭ ଯାଦବ ଓ ସମୀର ନକୁଲଙ୍କ ଗୋଲ ବଳରେ ଓଡ଼ିଶାର ଅଗ୍ରଣୀ ୧୦-୦କୁ ବୃଦ୍ଧି ପାଇଥିଲା। ପୂର୍ବରୁ ପ୍ରଥମାର୍ଦ୍ଧରେ ୨ଟି ଗୋଲ କରିଥିବା ପ୍ରଣୟ ୫୫ତମ ମିନିଟ୍‌ରେ ପ୍ରତିପକ୍ଷ ନେଟ୍‌ ମଧ୍ୟକୁ ସଫଳତାର ସହ ବଲ ପଠାଇ ନିଜର ହ୍ୟାଟ୍ରିକ ପୂରଣ କରିଥିଲେ। ଓଡ଼ିଶା ପାଇଁ ଅନ୍ତିମ ଗୋଲ ଆଦି ଜୋଶୀ ଦେଇଥିଲେ। ଜାନୁୟାରୀ ୨୫ରେ ଓଡ଼ିଶା ଏଫ୍‌ସି ଏହାର ପରବର୍ତ୍ତୀ ମ୍ୟାଚରେ କନ୍‌ସାଇଣ୍ଟ ଫୁଟ୍‌ବଲ ଦଳକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri