ହୁଇଲ ଚେୟାର ଅଚଳ, ରୋଗୀଙ୍କୁ ଟେକିଟେକି ନେଲେ ପରିବାର ଲୋକେ

କୋରାପୁଟ,୨୫ା୫(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଘୋର ଅବ୍ୟବସ୍ଥା। ରୋଗୀମାନଙ୍କୁ ନେବା ଆଣିବା ଉଦ୍ଦେଶ୍ୟରେ ଥିବା ଅଧିକାଂଶ ହୁଇଲ ଚେୟାର ଅଚଳ ହୋଇ ପଡିଥିବାବେଳେ ରୋଗୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରୋଗୀଙ୍କୁ ତାଙ୍କ ସମ୍ପର୍କୀୟ ଟେକିଟେକି ନେଉଥିବା ଦୃଶ୍ୟ ବୁଧବାର ଦେଖିବାକୁ ମିଳିଛି।
୨ ଜଣ ରୋଗୀଙ୍କୁ ତାଙ୍କ ସମ୍ପର୍କୀୟମାନେ ହୁଇଲ ଚେୟାର ଯୋଗେ ହସ୍ପିଟାଲ ଭିତରକୁ ନେବାକୁ ଚାହିଁଥିଲେ। କିନ୍ତୁ ହୁଇଲ ଚେୟାର ଚକ ଖରାପ ଥିବାରୁ ନେଇ ପାରି ନ ଥିଲେ। ବାଧ୍ୟ ହୋଇ ରୋଗୀଙ୍କ ଜଣେ ସମ୍ପର୍କୀୟ ତାଙ୍କୁ ଟେକିଟେକି ନେଇଥିଲେ। ସେହିଭଳି ହସ୍ପିଟାଲ ମୁଖ୍ୟ ଫାଟକ ନିକଟରେ ଅନେକ ଖରାପ ହୋଇଥିବା ହୁଇଲ ଚେୟାର ଓ ଷ୍ଟ୍ରେଚର ପଡ଼ି ରହୁଥିବା ଦେଖିବାକୁ ମିଳେ। ହୁଇଲ ଚେୟାର ଓ ଷ୍ଟ୍ରେଚର କାହଁିକି ମରାମତି କରାଯାଉନାହିଁ ତାହାକୁ ନେଇ ବୁଦ୍ଧିଜୀବୀମାନେ ପ୍ରଶ୍ନ କରିଛନ୍ତି। ଅଚଳ ଷ୍ଟ୍ରେଚର ଓ ହୁଇଲ୍‌ ଚେୟାର ତୁରନ୍ତ ମରାମତି କରିବାକୁ ରୋଗୀ ଓ ତାଙ୍କ ସମ୍ପର୍କୀୟ ଦାବି କରିଛନ୍ତି। ଏ ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ପଚାରିବାରୁ ଏହି ସମସ୍ୟାର ଶୀଘ୍ର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri