ହୃତ୍‌ପିଣ୍ଡ ଉପରେ ପ୍ରଭାବ ପକାଏ ଆଣ୍ଠୁଗଣ୍ଠି ଯନ୍ତ୍ରଣା

ଏକ ଗବେଷଣାରୁ ବିଶେଷଜ୍ଞମାନେ ଏହା ଜାଣିବାକୁ ପାଇଛନ୍ତି। ବିଶେଷଜ୍ଞଙ୍କ ମତରେ, ସ୍ପଣ୍ଡିଲାଇଟ୍ସକୁ ଅଣଦେଖା କରିବା ଉଚିତ୍‌ ନୁହେଁ। ଏହାଦ୍ୱାରା ଗମ୍ଭୀର ରୋଗର ସାମ୍ନା କରିବାକୁ ପଡ଼ିଥାଏ। ଏହା ଏକ ପ୍ରକାର ଗଣ୍ଠି ରୋଗ। ଏଥିପାଇଁ ଅଣ୍ଟା ଯନ୍ତ୍ରଣା ଆରମ୍ଭ ହୋଇ ପିଠି ଏବଂ ବେକକୁ ଗ୍ରାସ କରିଥାଏ। ଏହାବ୍ୟତୀତ ଶରୀରର ତଳ ଭାଗ ଅର୍ଥାତ୍‌ ଜଙ୍ଘ, ଗୋଡ଼, ଆଣ୍ଠୁ ଏବଂ ପାଦରେ ମଧ୍ୟ ଯନ୍ତ୍ରଣା ହୋଇଥାଏ। ମେରୁଦଣ୍ଡର ହାଡ଼ ଉପରେ କୌଣସି ଚାପ ପଡ଼ିବା ଭଳି ଅନୁଭୂତ ହୁଏ। ଏଥିପାଇଁ ଅସହନୀୟ ଯନ୍ତ୍ରଣାର ସାମ୍ନା କରିବାକୁ ପଡ଼ିଥାଏ। ବିଶେଷକରି ଏହି ସମସ୍ୟା ୪୫ରୁ ଊର୍ଦ୍ଧ୍ୱ ବୟସର ପୁରୁଷ ଏବଂ ମହିଳାଙ୍କଠାରେ ଦେଖାଯାଇଥାଏ। କିନ୍ତୁ ବର୍ତ୍ତମାନର ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖାଦ୍ୟପାନୀୟର ଅନିୟମିତତା ଯୋଗୁ ଯୁବପିଢ଼ି ଏବଂ ୧୬ ବର୍ଷରୁ କମ୍‌ ବୟସର ପିଲାମାନେ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟା ପାଇଁ କାନ୍ଧ, ଜଙ୍ଘ, ପାଦ, ହାତ ଏବଂ ଗୋଡ଼ ବ୍ୟତୀତ ଆଖି, ଫୁସ୍‌ଫୁସ୍‌ ଏବଂ ହୃତ୍‌ପିଣ୍ଡ ଉପରେ ପ୍ରଭାବ ପଡ଼ିଥାଏ। ଏହି ପ୍ରଭାବରୁ ରୋଗୀ ଭିତରେ ଆଳସ୍ୟ ଏବଂ ଥକାପଣ ବଢ଼ିଥାଏ। ସମୟ ପୂର୍ବରୁ ଏଥିପ୍ରତି ସଜାଗ ହେଲେ କିଛି ମାତ୍ରାରେ ରକ୍ଷା ପାଇହେବ। ସ୍ପଣ୍ଡିଲାଇଟ୍ସ ଏକ ଗମ୍ଭୀର ରୋଗ। କିନ୍ତୁ ଏହା ଉପରେ ଏବେ ବି କମ୍‌ ଗବେଷଣା ହୋଇଛି। ଭାରତରେ ଆୟୁର୍ବେଦ ଏବଂ ଏଲୋପ୍ୟାଥିକ୍‌ ପଦ୍ଧତି ଦ୍ୱାରା ଏହା ଉପରେ କିଛି ମାତ୍ରାରେ ନିୟନ୍ତ୍ରଣ ପାଇହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri