ହୃଦଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି

ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍‌କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ନାଲ୍‌କୋ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖବରପାଇ ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନର ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, ଏନଏନଇୟୁ ର ସାଧାରଣ ସମ୍ପାଦକ ନିର୍ମଳ ଶତପଥୀ, ଶ୍ରମିକ ନେତା ଭରତ ଚନ୍ଦ୍ର ମାଝି, ନେସର ସାଧାରଣ ସମ୍ପାଦକ ନିର୍ମଳ ସାମଲ, ନେପୁର ସାଧାରଣ ସମ୍ପାଦକ ମାଙ୍ଗିଲାଲ ସାମଲ, ନାଲ୍‌କୋ ପେରିଫେରି ଟ୍ରକ ମାଲିକ ସଂଘ ସଭାପତି ସୁବାସ ଚନ୍ଦ୍ର ପଟ୍ଟନାୟକ, ଯୁବ ବିଜେଡି ନେତା ନରେଶ ଚନ୍ଦ୍ର ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ମର ଶରୀର ନିକଟରେ ପହଞ୍ଚି ଶୋକ ପ୍ରକାଶ କରିଥିଲେ। ଏଥିସହ ମୃତ ପରିବାର ବର୍ଗଙ୍କୁ ସମ ବେଦନା ଜଣାଇଥିଲେ। ତେବେ ପ୍ଲାଣ୍ଟ ପରିସରରେ ପ୍ରବୀଣଙ୍କ ମୃତ୍ୟୁ ହୋଇଥିବାରୁ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ନାଲ୍‌କୋରେ ସ୍ଥାୟୀ ନିଯୁକ୍ତି ପ୍ରଦାନ ପାଇଁ ଶ୍ରମିକ ନେତା ପରେଶ ଜେନା, ନିର୍ମଳ ଶତପଥୀ, ନିର୍ମଳ ସାମଲ ପ୍ରମୁଖ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ନିକଟରେ ଦୃଢ଼ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri