ବଅଁରପାଳ,୨।୧୦ (ଡି.ଏନ.ଏ.)-ନାଲ୍କୋ ସିପିପି ଅପରେଶନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦ୍ଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନାଲ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ନାଲ୍କୋ ଶ୍ରମିକ କଂଗ୍ରେସ ୟୁନିୟନର ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, ଏନଏନଇୟୁ ସାଧାରଣ ସମ୍ପାଦକ ନିର୍ମଳ ଶତପଥୀ, ଶ୍ରମିକ ନେତା ଭରତ ଚନ୍ଦ୍ର ମାଝି, ନେସ୍ ସାଧାରଣ ସମ୍ପାଦକ ନିର୍ମଳ ସାମଲ, ନେପୁ ସାଧାରଣ ସମ୍ପାଦକ ମାଙ୍ଗିଲାଲ ସାମଲ, ନାଲ୍କୋ ପେରିଫେରି ଟ୍ରକ୍ ମାଲିକ ସଂଘ ସଭାପତି ସୁବାସ ଚନ୍ଦ୍ର ପଟ୍ଟନାୟକ, ଯୁବ ବିଜେଡି ନେତା ନରେଶ ଚନ୍ଦ୍ର ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶୋକ ପ୍ରକାଶ କରିଥିଲେ। ତେବେ ପ୍ଲାଣ୍ଟ ପରିସରରେ ପ୍ରବୀଣଙ୍କ ମୃତ୍ୟୁ ହୋଇଥିବାରୁ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ନାଲ୍କୋରେ ସ୍ଥାୟୀ ନିଯୁକ୍ତି ପ୍ରଦାନ ପାଇଁ ଶ୍ରମିକ ନେତାମାନେ ସକାଳ ୧୧ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ନାଲ୍କୋ ଡାକ୍ତରଖାନାରେ ମୃତଦେହ ଅଟକ ରଖିଥିଲେ। ଏ ନେଇ ନାଲ୍କୋ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବା ପରେ ମୃତଦେହ ଉଠିଥିଲା।
Posted inଅନୁଗୋଳ, ଆମ ଜିଲା ଖବର View All
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
Archives

