ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ

ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା ବିପଦ ସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି। ମଥାନୀଠାରେ ନଦୀର ଜଳସ୍ତର ୫.୫୦ ମିଟର ଥିବାବେଳେ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଏହି ନଦୀ ୬.୩୮ ମିଟରରେ ପ୍ରବାହିତ ହେଉଛି।
ନଦୀର ଜଳସ୍ତର କ୍ରମଶଃ ହ୍ରାସ ପାଉଥିବା ଜଳସେଚନ ବିଭାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଜଳସ୍ତର ବୃଦ୍ଧି ଯୋଗୁ ନଦୀ ପାର୍ଶ୍ୱ କିଛି ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ବନ୍ୟା ପ୍ରଭାବରେ ସେଭଳି କିଛି କ୍ଷୟକ୍ଷତି ହୋଇନାହିଁ। ବନ୍ୟା ଓ ବର୍ଷା ପାଣି ନିଷ୍କାସନରେ ବାଧା ଉପୁଜିବା ଯୋଗୁ ବସ୍ତା ବ୍ଲକ ମଥାନୀ ପଞ୍ଚାୟତର ସାନଖୁଡ଼ି ଗ୍ରାମ ପାର୍ଶ୍ୱରେ ଥିବା ୧୦୦ ପରିବାର ଜଳବନ୍ଦୀ ହୋଇ ରହିଛନ୍ତି। ମଥାନୀ ପଞ୍ଚାୟତର ଏହି ପରିବାର ୩ ନଂ ଓ ୪ନଂ ୱାର୍ଡ଼ ମଧ୍ୟରେ ରହୁଛନ୍ତି। ଏହି ଲୋକମାନେ ଜଳ ଘେରରେ ରହିଥିବା ଖବର ପାଇ ବସ୍ତା ତହସିଲଦାର ନରେନ୍ଦ୍ର ଖମାରୀ ଲୋକଙ୍କ ପାଖରେ ପହଞ୍ଚତ୍ ସେମାନଙ୍କ ସ୍ଥିତି ଅନୁଧ୍ୟାନ କରିଥିଲେ। ମଙ୍ଗଳବାର ବାଲେଶ୍ୱର ଉପଜିଲାପାଳ ନୀଲୁ ମହାପାତ୍ର, ତହସିଲଦାର ନରେନ୍ଦ୍ର ଖମାରୀ, ବସ୍ତା ବିଡିଓ କୁକୁମୀନା ଦାସଙ୍କ ସମେତ ଡ୍ରେନେଜ, ଇରିଗେସନ, ପୂର୍ତ୍ତ ବିଭାଗ, ରାଜପଥ ଅଧିକାରୀ ସେଠାରେ ପହଞ୍ଚତ୍ ସ୍ଥିତି ପରଖିବା ସହ ଏହି ସମସ୍ୟାକୁ ଦୂରୀଭୁତ କରାଯାଇପାରିବ ସେନେଇ ଆଲୋଚନା କରିଥିଲେ। ବାରମ୍ବାର ଏଭଳି ସମସ୍ୟା ଘଟୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାର ସ୍ଥାୟୀ ସମାଧାନ ନ ହେବା ପର୍ଯ୍ୟନ୍ତ ପ୍ରଶାସନ ଏହି ଜଳବନ୍ଦୀଙ୍କ ଉପରେ ସର୍ତକ ଦୃଷ୍ଟି ରଖିଥିବା ନରେନ୍ଦ୍ର ଖମାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri