ହୋଟେଲ ଉପରେ କଡ଼ା ନଜର ରଖିବାକୁ ଡିସିପିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଜାରି ରହିଛି। ରବିବାର ଡିସିପି ଅନୁପ ସାହୁ ବୈଠକ ଡାକି ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ରାଜଧାନୀର ହୋଟେଲଗୁଡ଼ିକରେ ବିଦେଶୀ ପର୍ଯ୍ୟଟକ ରହୁଛନ୍ତି। ଅନ୍ୟ ରାଜ୍ୟରୁ କରୋନା ସଂକ୍ରମିତ ରୋଗୀ ଆଇସୋଲେଶନ ଓ୍ବାର୍ଡରୁ ଲୁଚି ଆସି ଓଡ଼ିଶା ପଳାଇ ଆସୁଛନ୍ତି। ତେଣୁ ସହରରେ ଥିବା ହୋଟେଲ ଉପରେ କଡା ନଜର ରଖିବାକୁ ଡିସିପି ସାହୁ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଟେଲରେ ରହୁଥିବା ବିଦେଶୀ ଓ ଅନ୍ୟ ରାଜ୍ୟର ଲୋକଙ୍କ ସମ୍ପର୍କରେ ତଥ୍ୟ ନେବାକୁ କୁହାଯାଇଛି। ଏ ସମ୍ପର୍କରେ ହୋଟେଲ ପକ୍ଷରୁ ତୁରନ୍ତ ଯେପରି ପୋଲିସକୁ ଖବର ଦେବେ ତାହା ଉପରେ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଯଦି କୌଣସି ପର୍ଯ୍ୟଟକଙ୍କ ଥଣ୍ଡା, କାଶ ଓ ଛିଙ୍କ ହେଉଛି ତୁରନ୍ତ ପୋଲିସ କିମ୍ବା ହସ୍ପିଟାଲକୁ ଜଣାଇବାକୁ କୁହାଯାଇଛି। ସେହିଭଳି କୌଣସି ସ୍ଥାନରେ ଅଧିକ ଲୋକ ଏକାଠି ହେଉଥିଲେ ପୋଲିସ ପହଞ୍ଚତ୍ ବୁଝାଶୁଝା କରିବାକୁ ପରାମର୍ଶ ଦେଇଛନ୍ତି ଡିସିପି।

ଥାନାରେ ହାତ ଧୋଇବେ ଅଭିଯୋଗକାରୀ
ସଂକ୍ରମଣରୁ ରକ୍ଷା ପାଇବା ପାଇଁ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଉଛି। ତେଣୁ ଥାନାକୁ ବିଭିନ୍ନ ଶ୍ରେଣୀର ଲୋକେ ଅଭିଯୋଗ ପାଇଁ ଆସିବା ବେଳେ ଯେପରି ସେମାନେ ଭଲ ଭାବେ ହାତ ଧୋଇ ଅଭିଯୋଗ କରିବେ ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା ହୋଇଛି। କମିଶନରେଟ ପୋଲିସ ଅନ୍ତର୍ଗତ ସମସ୍ତ ଥାନାରେ ଏଥିପାଇଁ ସାବୁନ ଓ ପାଣି ରଖାଯାଇଛି। କେବଳ ଅଭିଯୋଗକାରୀ ନୁହେଁ, ତାଙ୍କ ସହ ଆସୁଥିବା ଲୋକଙ୍କ ସମେତ ଥାନା କର୍ମଚାରୀ ହାତ ଧୋଇ ଥାନା ଭିତରକୁ ଯାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri