ହୋଟେଲ ଉପରେ ଚଢାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ପୁରୁଷୋତ୍ତମପୁର, ୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋଦଳା ଥାନା ଅନ୍ତର୍ଗତ ବେଗୁନିଆପଡ଼ାର ଏକ ହୋଟେଲ ଉପରେ ଗୁରୁବାର ଅପରାହ୍ନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଦେଶୀ ମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ହୋଟେଲ ମାଲିକ ବେଗୁନିଆପଡାର କେ. ସୁନିଲ ରାଓ (୨୫)।
ପ୍ରକାଶ ଯେ, ଏସ୍‌ଡିପିଓ ସୀମା ସ୍ବାଇଁ ତାଙ୍କର ଷ୍ଟାଫ ଦୀପ୍ତି ପ୍ରସାଦ ପ୍ରଧାନ, ପ୍ରଦୀପ ଗୌଡ, କୈଳାଶ ପଟ୍ଟନାୟକ, ସ୍ବପ୍ନା ବେହେରାଙ୍କ ସହ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ବେଗୁନିଆପଡା ବଜାରରେ ଥିବା ରାମକୃଷ୍ଣ ହୋଟେଲରେ ବେଆଇନ ଭାବେ ମଦ କାରବାର ହେଉଥିବା ଏକ ବିଶସ୍ତ ସୂତ୍ରରୁ ଖବର ମିଳିଥିଲା। ପରେ ସେମାନେ ସେଠାରେ ଚଢ଼ାଉକରି ବିପୁଳ ପରିମାଣର ବିଦେଶୀ ମଦ ଜବତ କରିବା ସହ ହୋଟେଲ ମାଲିକ କେ. ସୁନିଲ ରାଓଙ୍କୁ ଗିରଫ କରାଯାଇଛି। ଏ ନେଇ କୋଦଳା ଥାନାରେ କେସ ନଂ. ୬୩/୨୦ ରେ ଏକ ମାମଲା ରୁଜୁ ହୋଇଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ଅଫିସରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ସ୍ବାଇଁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?