ଫୁଲବାଣୀ ଅଫିସ, ୨୭ା୧୨: ଶାନ୍ତିପୂର୍ଣ୍ଣ ସହର ଫୁଲବାଣୀ ଧୀରେ ଧୀରେ କ୍ରାଇମ ସିଟି ହେବାରେ ଲାଗିଛି। କିଛି ଦିନ ହେବ ଲୁଟତ୍ରାଜକୁ ନେଇ ପୋଲିସ ଚାପରେ ଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଏକ ନାମୀ ହୋଟେଲରୁ ୨ଜଣ ବନ୍ଧୁକଧାରୀ ଯୁବକଙ୍କୁ ପୋଲିସ ଧରିଛି। ବନ୍ଧୁକ ଜବତ ହୋଇଥିବାରୁ ସେମାନେ କୌଣସି ବଡ ଅପରାଧ ଘଟାଇବାକୁ ଆସିଥିବା ଏବେ ସହରସାରା ଚର୍ଚ୍ଚା ହେଉଛି। ପୋଲିସ ଏ ବିଷୟରେ ପାଟି ଖୋଲୁ ନ ଥିବାବେଳେ ଏହି ୨ଜଣଙ୍କୁ ମିଶାଇ ୪ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ସମ୍ପୃକ୍ତ ଯୁବକମାନେ ଗଞ୍ଜେଇ ଚୋରା ଚାଲାଣ, ଚୋରି କିମ୍ବା କାହାକୁ ମର୍ଡର କରିବାକୁ ଆସିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ବନ୍ଧୁକଧାରୀ ଯୁବକଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗର। ଫୁଲବାଣୀରୁ ପଶ୍ଚିମବଙ୍ଗର ଯାଏ କ’ଣ ଲିଙ୍କ ରହିଛି ତାହା ପୋଲିସ ଖୋଳତାଡ କରୁଛି। ବିଶେଷସୂତ୍ରରୁ ମିଳିଥିବା ସୁଚନା ଅନୁଯାୟୀ, ପୋଲିସ କୌଣସି ସୂତ୍ରରୁ ଖବର ପାଇ ଉକ୍ତ ହୋଟେଲରେ ଚଢ଼ାଉ କରି ସେମାନଙ୍କୁ କାବୁ କରିଥିଲା। ସେମାନଙ୍କ ପାଖରୁ ଏକ ନମ୍ବର ବିହୀନ କାର ମଧ୍ୟ ଜବତ ହୋଇଛି। ତଦନ୍ତ ଚାଲିଥିବାରୁ ଅଧିକ କିଛି କହିବାକୁ ଥାନାଧିକାରୀ ନରେଶ କୁମାର ସାହୁ ମନା କରିଛନ୍ତି। ଦିନକୁ ଦିନ ଅପରାଧ ବଢୁଥିବାରୁ ଫୁଲବାଣୀ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
Posted inଆମ ଜିଲା ଖବର, କନ୍ଧମାଳ View All
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…
Archives

