ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସନ୍ଦେହ କରାଗଲେ ତାଙ୍କୁ ବାହାରକୁ ନିଆଯିବା ଅପେକ୍ଷା ସେଠାରେ ହିଁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। କଟକ ମହାନଗର ନିଗମ(ସିଏମ୍‌ସି) ଏଭଳି ନିଷ୍ପତ୍ତି ନେଇଥିବା ବିଶେଷସୂତ୍ରରୁ ଜଣାପଡ଼ିଛି। ବୁଧବାର ସହରର ହୋଟେଲ ମାଲିକଙ୍କୁ ନେଇ ଡକାଯାଇଥିବା ବୈଠକରେ ଏ ଆଲୋଚନା କରାଯାଇଛି। ସିଏମ୍‌ସି ପକ୍ଷରୁ ସହରର ୫୦ଟି ହୋଟେଲ ମାଲିକଙ୍କ ସହ ଯୋଗାଯୋଗ କରାଯାଇଥିଲା। ୩୫ହୋଟେଲ ମାଲିକ ଏବଂ ଅନେକ ବରିଷ୍ଠ ପଦାଧିକାରୀ ବୈଠକରେ ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ସିଏମ୍‌ସି ପରିସରରୁ ଜଣେ ବ୍ୟକ୍ତିଙ୍କୁ କରୋନା ସନ୍ଦେହରେ ବୁଧବାର ଏସ୍‌ସିବିର ଆଇସୋଲେଶନ ୱାର୍ଡରେ ଭର୍ତ୍ତି କରାଯାଇଛି। ବ୍ୟକ୍ତିଙ୍କ ଘର କଟକରେ ଥିବାବେଳେ ସେ ସିଙ୍ଗାପୁରରୁ ଫେରିଥିଲେ। ବୁଧବାର ବ୍ୟକ୍ତିଗତ କାର୍ଯ୍ୟରେ ସେ ସିଏମ୍‌ସିକୁ ଆସିଥିବାବେଳେ ତାଙ୍କୁ ଅଟକ ରଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri