ହୋମ କ୍ୱାରାଣ୍ଟାଇନ୍‌ରେ ଜିଲାର ୪,୭୭୩ ଜଣ

ଫୁଲବାଣୀ ଅଫିସ, ୨୮ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନ ମଧ୍ୟ ଜାଗ୍ରତ ଅଛି। ରାଜ୍ୟ ଏବଂ ଜିଲା ବାହାରୁ ଆସିଥିବା ଲୋକଙ୍କ ଉପରେ ନଜର ରଖାଯାଇଛି। ସୂଚନା ଅନୁସାରେ ଏ ପର୍ଯ୍ୟନ୍ତ ମୋଟ ୪,୭୭୭ ଜଣ ବାହାରୁ କନ୍ଧମାଳ ଜିଲାକୁ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୪,୭୭୩ ଜଣଙ୍କୁ ହୋମ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ଜିଲା ମୁଖ୍ୟ ଚିକିିତ୍ସାଳୟ ଆଇସୋଲେଶନରେ ୪ ଜଣ ଅଛନ୍ତି। ଜିଲାରେ ମୋଟ ୭ଟି ସ୍ଥାନରେ ଯଥା ବାଲିଗୁଡା ଟାଉନହଲ, କଲ୍ୟାଣ ମଣ୍ଡପ, ଜି.ଉଦୟଗିରି ଟାଉନହଲ ଓ କଲ୍ୟାଣ ମଣ୍ଡପ, ଫୁଲବାଣୀ ବସ୍‌ଷ୍ଟାଣ୍ଡ ଓ କଲ୍ୟାଣ ମଣ୍ଡପ, ପିଅନପଡା ପ୍ରାଥମିକ ବିଦ୍ୟାଳୟରେ ଅସ୍ଥାୟୀ ଆଇସୋଲେଶନ ସେଣ୍ଟର ଖୋଲାଯାଇଛି। ସେହିପରି କୋଟଗଡ ସରକାରୀ ଉଚ୍ଚ ବିଦ୍ୟାଳୟ, ଦାରିଙ୍ଗିବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ରାଇକିଆ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଡଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ, ଶଙ୍କରାଖୋଲ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଫୁଲବାଣୀ ଅନ୍ବେଶା ହଷ୍ଟେଲ ଏପରି ମୋଟ ୭ ସ୍ଥାନରେ ଅସ୍ଥାୟୀ ଚିକିତ୍ସା ଶିବିର ହୋଇଛି। ଜିଲାର ୭ ପ୍ରବେଶ ପଥକୁ ସିଲ୍‌ କରାଯାଇଛି। ଅହୋରାତ୍ର ପୋଲିସ ପଇଁତରା ବ୍ୟବସ୍ଥା ହୋଇଛି। ଲକ୍‌ଡାଉନ ଅବମାନନା ପାଇଁ ୫୭ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୧୧ ଗାଡିକୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri