ହୋମଗାର୍ଡଙ୍କୁ ଦୈନିକ ମଜୁରି ୫ଶହ ଟଙ୍କା ଦିଅ: ହାଇକୋର୍ଟ

କଟକ ଅଫିସ,୨୯।୨: ଓଡ଼ିଶା ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ଏଣିକି ହୋମଗାର୍ଡମାନଙ୍କୁ ଦୈନିକ ୫୦୦ ଟଙ୍କା ମଜୁରି ମିଳିବ। ଶୁକ୍ରବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଜଷ୍ଟିସ୍‌ ବିଶ୍ୱନାଥ ରଥ ଏ ସମ୍ପର୍କିତ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ଅନୁସାରେ ରାଜ୍ୟରେ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବର୍ଦ୍ଧିତ ମଜୁରି ଗତ ଜାନୁୟାରୀଠାରୁ ପିଛିଲା ଭାବେ ପ୍ରଦାନ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି। ଏତଦ୍‌ବ୍ୟତୀତ ଆସନ୍ତା ତିନି ମାସ ଭିତରେ ହୋମଗାର୍ଡମାନଙ୍କ କ୍ଷେତ୍ରରେ ସପ୍ତମ ବେତନ କମିଶନ ଲାଗୁ କରିବାକୁ ବିଚାରପତି ରାୟରେ ଜଣାଇଛନ୍ତି। ଏହି ନିର୍ଦ୍ଦେଶର ଲାଭ ରାଜ୍ୟରେ କାର୍ଯ୍ୟରତ ୧୭, ୬୭୫ଜଣ ହୋମଗାର୍ଡ଼ ପାଇପାରିବେ।
ଆବେଦନକାରୀ ପ୍ରକାଶ କୁମାର ଜେନା ଏବଂ ଅନ୍ୟ ଦୁଇଜଣଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି ବେଳେ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି ଜଷ୍ଟିସ୍‌ ରଥ। ଆବେଦନରେ ଦର୍ଶାଯାଇଥିଲା, ହୋମଗାର୍ଡମାନେ ଅନ୍ୟ ପୋଲିସ କର୍ମଚାରୀଙ୍କ ଭଳି କାର୍ଯ୍ୟ କରୁଛନ୍ତି। ଏପରି କି ହୋମଗାର୍ଡମାନଙ୍କ ବିନା କୌଣସି କାମ ହୋଇପାରୁନି। ହେଲେ ଅନ୍ୟ ପୋଲିସ କର୍ମଚାରୀଙ୍କ ଭଳି ହୋମଗାର୍ଡମାନଙ୍କୁ ଦରମା ଦିଆଯାଉନି। ସେମାନେ ଜଣେ ଦିନମଜୁରିଆଙ୍କ ଠାରୁ ମଧ୍ୟ କମ୍‌ ଦରମା ପାଉଛନ୍ତି। ପୂର୍ବରୁ ହୋମ୍‌ଗାର୍ଡଙ୍କୁ କନଷ୍ଟେବଳଙ୍କ ଭଳି ଦରମା ଦେବାକୁ ସୁପ୍ରିମ୍‌କୋର୍ଟ ୨୦୧୬ ମସିହାରେ ନିର୍ଦ୍ଦେଶ ଦେଇଥିଲେ। ୮ଟି ରାଜ୍ୟ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରି କରିଥିବାବେଳେ ଓଡ଼ିଶାରେ ଏହାକୁ କାର୍ଯ୍ୟକାରୀ କରାଯାଇ ନ ଥିଲା। ଏପରି କି ଓଡ଼ିଶା ଅଗ୍ନିଶମ ଏବଂ ହୋମ୍‌ଗାର୍ଡ ଡିଜି ଏନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଥିଲେ। ତଥାପି ଏହାକୁ ଓଡ଼ିଶାରେ କାର୍ଯ୍ୟକାରୀ କରାଯାଇ ନ ଥିଲା। ଏଣୁ ହୋମଗାର୍ଡ ସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri