ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ: ୩ ବିଦେଶ ଫେରନ୍ତାଙ୍କ ନାଁରେ ମାମଲା

କଟକ ଅଫିସ/ଭୁବନେଶ୍ୱର,୨୩।୩(ବ୍ୟୁରୋ): ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରି ବଜାରରେ ବୁଲୁଥିଲେ ଜଣେ ବିଦେଶ ଫେରନ୍ତା। ଏ ନେଇ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ପୋଲିସ ଏକ ମାମଲା(ନଂ.୬୫/୨୦) ରୁଜୁ କରିଛି। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତି ଜଣକ କିଛିଦିନ ପୂର୍ବେ ଆମେରିକାରୁ ଫେରିଥିଲେ। ରାଜ୍ୟ ସରକାରଙ୍କ ୱେବ୍‌ସାଇଟ୍‌ରେ ନିଜ ନାମ ପଞ୍ଜୀକରଣ କରିବା ପରେ ତାଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବାକୁ ପରାମର୍ଶ ଦିଆଯାଇଥିଲା। ହେଲେ ସମ୍ପୃକ୍ତ ବ୍ୟକ୍ତି ବଜାରରେ ବୁଲାବୁଲି କରୁଥିବା ଦେଖିବାକୁ ମିଳିଥିଲା। ଏ ବିଷୟରେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିଥିଲା। ପ୍ରାଥମିକ ତଦନ୍ତ ପରେ ତାଙ୍କୁ ବାରବାଟିସ୍ଥିତ ଆଇସୋଲେସନ୍‌ କେନ୍ଦ୍ରକୁ ପଠାଇ ଦିଆଯାଇଛି।
ସେହିପରି ବିଦେଶ ଫେରନ୍ତା ୨ନାଗରିକଙ୍କ ବେପରୁଆ ମନୋଭାବ ପାଇଁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରରେ ରହୁଥିବା ଦୁଇଜଣ ବ୍ୟକ୍ତି ନିଜ ଘରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ହେଲେ ସେମାନେ ବାହାରେ ବୁଲୁଥିବା ଦେଖିବାକୁ ମିଳିବା ପରେ ବିଏମ୍‌ସିରେ ଅଭିଯୋଗ ହୋଇଥିଲା। ଅଭିଯୋଗ ହସ୍ତଗତ ହେବା ପରେ ଜୋନାଲ ସ୍କ୍ବାର୍ଡ ସେମାନଙ୍କୁ ଆମ୍ବୁଲାନ୍ସରେ ଘରୁ ଉଠାଇ ଆଣିଥିଲେ। କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରିଥିବାରୁ ସେମାନଙ୍କ ବିରୋଧରେ ଚନ୍ଦ୍ରଶେଖରପୁର ଥାନାରେ ବିଏମ୍‌ସି ପକ୍ଷରୁ ଏତଲା ଦିଆଯାଇଛି। ଏ ନେଇ ଥାନାରେ ମାମଲା(ନଂ.୧୪୨/୨୦) ରୁଜୁ ହୋଇଛି।
ପୋଲିସ କମିଶନର୍‌ ସୁଧାଂଶୁ ଷଡ଼ଙ୍ଗୀ ଏହି ଘଟଣାକୁ ନେଇ ନିଜ ଟୁଇଟ୍‌ରେ ଲେଖିଛନ୍ତି, ଯେଉଁମାନଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବାକୁ ପରାମର୍ଶ ଦିଆଯାଇଛି, ଯଦି ସେମାନେ ଏହାକୁ ଉଲ୍ଲଂଘନ କରନ୍ତି, ସେମାନଙ୍କ ବିରୋଧରେ ସମାନ ଧରଣର କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri