ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଯୁବକଙ୍କ ଜୀବନଗଲା: ଶ୍ମଶାନରୁ ମୃତଦେହ ଜବତ

ପାଟପୁର,୪ା୬- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପାଟପୁର ଲଛବିଲ ସାହିରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ଯୁବକଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ସାହିର ନିତ୍ୟାନନ୍ଦ ସାହୁ (୩୦)। ବୁଧବାର ସକାଳେ ଘରେ ବିଦ୍ୟୁତ୍‌ ତାର ସଜାଡୁଥିବା ବେଳେ ସଂସ୍ପର୍ଶରେ ଆସି ନିତ୍ୟାନନ୍ଦ ଗୁରୁତର ହୋଇଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତଦେହ ଦାହ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ପାଟପୁର ପୋଲିସ ଶ୍ମଶାନରେ ପହଞ୍ଚତ୍ ଜବତ କରିଥିଲା। ନଂ.୧୧/୨୦ରେ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ପ୍ରକାଶ ଯେ, ୧୦ ଦିନ ହେଲା ନିତ୍ୟାନନ୍ଦ ସୁରଟରୁ ଆସିଥିଲେ। ପାଟପୁର ଷ୍ଟେସନରୋଡ଼ ବିଦ୍ୟାଳୟ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ୭ଦିନ ରହିବା ପରେ ୩ଦିନ ହେଲା ହୋମ୍‌ କ୍ବାରାଣ୍ଟାଇନ୍‌ରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri