ହୋମ୍‌ କ୍ୱାରାଣ୍ଟାଇନ୍‌ରେ ୨୩୮

ଢେଙ୍କାନାଳ ଅଫିସ, ୧୨।୪ – ଢେଙ୍କାନାଳ ସହରର ଜଣେ ମହିଳାଙ୍କ ସ୍ବାବ୍‌ରୁ କରୋନା ଭୂତାଣୁ ଚିହ୍ନଟ ହେବା ପରେ ପୌରାଞ୍ଚଳରେ ଘର ଘର ବୁଲି ସ୍ବାସ୍ଥ୍ୟ ସର୍ଭେ କରାଯାଉଛି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ସର୍ଭେ ରବିବାର ସୁଦ୍ଧା ଶେଷ ହେବ ବୋଲି ପୌରସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୧୨ଜଣଙ୍କ ରିପୋର୍ଟକୁ ଅପେକ୍ଷା କରିଛି ପ୍ରଶାସନ।
ସର୍ଭେରେ ଥଣ୍ଡା, କାଶ, ଜ୍ୱର ଆକ୍ରାନ୍ତଙ୍କୁ ଚିହ୍ନଟ କରିବାକୁ ପ୍ରାଥମିକତା ଦିଆଯାଉଛି। ଆବଶ୍ୟକସ୍ଥଳେ ଡାକ୍ତରୀ ଦଳ ସେମାନଙ୍କ ନିକଟକୁ ଯାଇ ସ୍ବାବ୍‌ ସଂଗ୍ରହ କରିବେ। ଶନିବାର ସୁଦ୍ଧା ଅଧିକାଂଶ ଓ୍ବାର୍ଡରେ ସର୍ଭେ ସରିଛି। ସେହିପରି ରାଜ୍ୟ ବାହାରୁ ଆସିଥିବା ୨,୮୦୩ ଜଣଙ୍କ ମଧ୍ୟରୁ ୨୩୮ଜଣ ହୋମ୍‌ କ୍ୱାରାଣ୍ଟାଇନରେ ରହିଛନ୍ତି। ଜିଲା ଏବଂ ବିଦେଶରୁ ସହରକୁ ଆସିଥିବା ୫୬ଜଣଙ୍କ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଯାଇଛି। ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ଆକ୍ରାନ୍ତ ମହିଳାଙ୍କୁ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୧୨ଜଣଙ୍କ ରକ୍ତ ନମୁନା ଶୁକ୍ରବାର ପରୀକ୍ଷା ଲାଗି ପଠାଯାଇଥିଲା। ସେମାନଙ୍କ ରିପୋର୍ଟ ଆସିନାହିଁ। ମିନାବଜାର ଅଞ୍ଚଳକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ସେହିପରି ସହରର ବିଭିନ୍ନ ଅଞ୍ଚଳରେ ଲକ୍‌ଡାଉନ୍‌ କଡାକଡି କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri