Posted inଖେଳ

ହୋଲ୍ଡରଙ୍କୁ ବିଶ୍ରାମ

ଜାମାଇକା, ୨।୧- ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଦିନିକିଆ ସିରିଜର ପ୍ରଥମ ଦୁଇ ମ୍ୟାଚ୍‌ ଲାଗି ଗୁରୁବାର ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଅଧିନାୟକ ଜାସନ ହୋଲ୍ଡରଙ୍କୁ ପ୍ରଥମ ୨ଟି ଦିନିକିଆ ମ୍ୟାଚ୍‌ରୁ ବିଶ୍ରାମ ଦିଆଯାଇଛି। ତେବେ ଭାରତ ବିପକ୍ଷ ଗତ ଦିନିକିଆ ସିରିଜ ଖେଳିଥିବା ଓ୍ବେଷ୍ଟଇଣ୍ଡିଜ ଦଳର ବାକି ସମସ୍ତ ଖେଳାଳିଙ୍କୁ ସୁଯୋଗ ମିଳିଛି। ‘ଗତ ବର୍ଷ ହୋଲ୍ଡରଙ୍କ ଉପରେ ଅତ୍ୟଧିକ କାର୍ଯ୍ୟଭାର ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି’ ବୋଲି ଓ୍ବେଷ୍ଟଇଣ୍ଡିଜ ଚୟନକର୍ତ୍ତା ରୋଜର ହାର୍ପର କହିଛନ୍ତି। ଆୟର୍ଲାଣ୍ଡ କ୍ରିକେଟ୍‌ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଆସି ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ଜାନୁୟାରୀ ୭ରୁ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ବାର୍ବାଡସରେ ଖେଳାଯିବ। ସେହିଭଳି ଜାନୁୟାରୀ ୧୫ରୁ ଟି୨୦ ସିରିଜ ଆରମ୍ଭ ହେବ।
ଓ୍ବେଷ୍ଟଇଣ୍ଡିଜ ଦଳ(ପ୍ରଥମ ୨ଟି ଦିନିକିଆ ପାଇଁ)- କିରନ ପୋଲାର୍ଡ (ଅଧିନାୟକ), ସୁନିଲ ଆମ୍ବ୍ରିସ, ରୋଷ୍ଟନ ଚେଜ୍‌, ଶେଲଡନ୍‌ କୋଟ୍ରେଲ, ଶିମରନ ହେଟ୍‌ମେର, ଶାଇ ହୋପ୍‌, ଅଲଜାରୀ ଜୋସେଫ୍‌, ବ୍ରେଣ୍ଡନ କିଙ୍ଗ୍‌, ଏଭିନ୍‌ ଲୁଇସ, କେମୋ ପଲ୍‌, ଖାରୀ ପିଏରେ, ନିକୋଲାସ ପୁରାନ, ରୋମାରିଓ ଶେଫର୍ଡ ଓ ହେଡେନ ଓ୍ବାଲ୍ସ ଜୁନିୟର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri