ହ୍ବାଟ୍ସଆପ୍‌ ପେମେଣ୍ଟ ସର୍ଭିସ;ସମ୍ଭାବ୍ୟ ବିପଦ ନେଇ ସରକାର ଚିନ୍ତାରେ

ନୂଆଦିଲ୍ଲୀ,୨୭-୭: ହ୍ବାଟ୍ସଆପ୍‌ ପକ୍ଷରୁ ଚଳିତ ବର୍ଷ ଶେଷାର୍ଦ୍ଧରେ ଭାରତରେ ପେମେଣ୍ଟ ସର୍ଭିସ ଆରମ୍ଭ କରାଯିବ ବୋଲି ଘୋଷଣା କରାଯାଇଛି। ଫେସ୍‌ବୁକ୍‌ର ସହାୟକ କମ୍ପାନୀ ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି ସେବା ଦ୍ୱାରା ଭାରତୀୟ ୟୁଜରଙ୍କ ପ୍ରତି ବିପଦ ରହିଛି ବୋଲି କେନ୍ଦ୍ର ସରକାର ଆଶଙ୍କା ବ୍ୟକ୍ତ କରିଛନ୍ତି। କାରଣ ହ୍ବାଟ୍ସଆପ୍‌ ପେମେଣ୍ଟ ସର୍ଭିସରେ ଜମା ହେବାକୁ ଥିବା ଡାଟା ଫେସ୍‌ବୁକ୍‌ ଓ ଇନ୍‌ଷ୍ଟାଗ୍ରାମକୁ ସହଜରେ ମିଳିଯିବ ବୋଲି ସରକାର ମନେ କରୁଛନ୍ତି। ହ୍ବାଟ୍ସଆପ୍‌ ଓ ଗୁଗଲ ପେ ଭଳି ପେମେଣ୍ଟ ସର୍ଭିସ ଜରିଆରେ ଏକତ୍ରିତ ହେବାକୁ ଥିବା ୟୁଜର ଡାଟାକୁ ହସ୍ତାନ୍ତରରୁ ରୋକିବା ଲାଗି ଉପାୟ ଖୋଜିବାକୁ ସରକାରଙ୍କ ପକ୍ଷରୁ ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ)କୁ ନିର୍ଦ୍ଦେଶ ଦିଆଯାଇଛି। ଦେଶରେ ରିଟେଲ ପେମେଣ୍ଟ ଓ ସେଟେଲମେଣ୍ଟ ସିଷ୍ଟମକୁ ଏନ୍‌ପିସିଆଇ ନୋଡାଲ ଏଜେନ୍ସି ଭାବେ ଅପରେଟ କରିଥାଏ। ସୂଚନାଥାଉ କି, ୟୁନାଇଟେଡ ପେମେଣ୍ଟସ ଇଣ୍ଟରଫେସ୍‌କୁ ଆଧାର କରି ହ୍ବାଟ୍ସଆପ୍‌ର ପ୍ରସ୍ତାବିତ ପେମେଣ୍ଟ ସର୍ଭିସ ଆରମ୍ଭ ହେବାକୁ ଯାଉଛି। ଏହି ସିଷ୍ଟମ ବ୍ୟାଙ୍କ ଆକାଉଣ୍ଟ ମଧ୍ୟରେ ବାସ୍ତବିକ ସମୟରେ ଫଣ୍ଡ ଟ୍ରାନ୍ସଫର ସୁବିଧା ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri