Posted inଖେଳ

ହ୍ବାଟ୍‌ସଆପ୍‌ ଜରିଆରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮ ମସିହା ଡିସେମ୍ବର ୬ରେ ସେ ସୌରାଷ୍ଟ୍ର୍ୟର ନଓ୍ବାଗାଓଁରେ ଜନ୍ମଗ୍ରହଣ କରିଥିଲେ। ଜାଡେଜାଙ୍କ ପିତା ଅନିରୁଦ୍ଧ ଏକ ପ୍ରାଇଭେଟ କମ୍ପାନୀରେ ଚୌକିଦାର ଭାବେ କାର୍ଯ୍ୟ କରୁଥିଲେ। ନିଜ ପୁଅକୁ ସେନାରେ ଭର୍ତ୍ତି କରିବାକୁ ଚାହୁଁଥିଲେ। କିନ୍ତୁ ଜାଡେଜା ପିଲାବେଳୁ କ୍ରିକେଟ ପ୍ରତି ରୁଚି ଦେଖାଇଥିଲେ। ତେଣୁ ସେ କ୍ରିକେଟରେ ଟ୍ରେନିଂ ନେଇ ଆଗକୁ ବଢିଥିଲେ। ୨୦୦୫ରେ ଜାଡେଜାଙ୍କ ମା’ଙ୍କ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ଜାଡେଜା ଏତେ ଭାଙ୍ଗିପଡି ଥିଲେ ଯେ, ସେ କ୍ରିକେଟ ଖେଳିବା ଛାଡିଦେଇଥିଲେ। ପରେ ତାଙ୍କ ଭଉଣୀ କ୍ରିକେଟ ଖେଳିବା ପାଇଁ ତାଙ୍କୁ ପ୍ରେରିତ କରିଥିଲେ। ପ୍ରେମ ବ୍ୟାପାରରେ ମଧ୍ୟ ଜାଡେଜାଙ୍କୁ ଖୁବ୍‌ ସଂଘର୍ଷ କରିବାକୁ ପଡିଥିଲା। ଜଣେ ସମ୍ପର୍କୀୟଙ୍କ ଜରିଆରେ ସେ ରିଭାଙ୍କ ସଂସ୍ପର୍ଶରେ ଆସିଥିଲେ। ପ୍ରଥମେ ତାଙ୍କ ଫୋନ୍‌ ନଂ ପାଇବା ପରେ ଉଭୟ ଅନେକ ଦିନ ପର୍ଯ୍ୟନ୍ତ ହ୍ବାଟସଆପ୍‌ରେ କଥାବାର୍ତ୍ତା ହୋଇଥିଲେ। ୨୧୬ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri