Posted inଜାତୀୟ

ହ୍ରିତିକ୍‌ ରୋଶନଙ୍କ ଭଳି ଡ୍ୟାନ୍ସ କରି ଚର୍ଚ୍ଚାରେ ୭୦ବର୍ଷୀୟ ଡାକ୍ତର

ଜୟପୁର,୨୪।୧୨: ଡାନ୍ସର ଅଙ୍କଲ, ଡାନ୍ସର ଚାଚା ପରେ ଏବେ ଇଣ୍ଟରନେଟ ଦୁନିଆରେ ସେନ୍‌ସେସନ୍‌ ପାଲଟିଛନ୍ତି ଡାନ୍ସର ଡାକ୍ତର। ୭୦ବର୍ଷ ବୟସରେ ଉକ୍ତ ଡାକ୍ତର ଜଣକ ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନଙ୍କ ଭଳି ଡ୍ୟାନ୍ସ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରାଜସ୍ଥାନ ଜୋଧପୁରର ଶିଶୁ ବିଶେଷଜ୍ଞ ଡାକ୍ତର ରାଜ ଧରିଓ୍ବାଲ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଠାରେ ସେ ପିଲାଙ୍କ ଭଳି ଡ୍ୟାନ୍ସ କରୁଥିବା ନଜର ଆସିଥିଲେ।

କିଛି ଦିନ ପୂର୍ବରୁ ଜଣେ ସମ୍ପର୍କୀୟଙ୍କ ବିବାହରେ ଯୋଗଦେବାକୁ ଯାଇଥିବା ବେଳେ ସେଠାରେ ଧାରିଓ୍ବାଲ ଅଭିନେତା ଦେବାନନ୍ଦଙ୍କ ଷ୍ଟାଇଲ୍‌ର କ୍ୟାପ୍‌ ଓ ସ୍ଲିଭ୍‌ଲେଶ ଶାର୍ଟ ପିନ୍ଧି ଡ୍ୟାନ୍ସ କରିଥିଲେ। ଯେତେବେଳେ ଡାକ୍ତର ଡ୍ୟାନ୍ସ କରିବା ପାଇଁ ମଞ୍ଚ ଉପରକୁ ଯାଆନ୍ତି ସେହି ସମୟରେ ସେଠାରେ ଉପସ୍ଥିତ ଥିବା ଲୋକ ମଧ୍ୟ ଡ୍ୟାନ୍ସ କରିବାରୁ ନିଜକୁ ଅଟକାଇପାରି ନ ଥାନ୍ତି। ତାଙ୍କର ଏହି ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ ଡାକ୍ତର ଧରିଓ୍ବାଲଙ୍କର ବାଇପାସ୍‌ ସର୍ଜରୀ ହୋଇଥିବା ବେଳେ ସେ ଜଣେ ମଧୁମେହ ରୋଗୀ। କିନ୍ତୁ ନିୟମିତ ଯୋଗ ଓ ନିଜ ଲାଇଫ୍‌ ଷ୍ଟାଇଲ୍‌ ପାଇଁ ସେ ଏଭଳି ଫିଟ୍‌ ରହିଛନ୍ତି ବୋଲି କହିଛନ୍ତି। ଯଦି ଜଣେ ବ୍ୟକ୍ତିଙ୍କର ଆତ୍ମବିଶ୍ୱାସ ରହିଛି ତେବେ ସେ କିଛି ବି କରିପାରିବ ବୋଲି ଡାକ୍ତର ଧରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri