ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ ନୀତି ଅବଲମ୍ବନ କରିଛନ୍ତି। ଫଳରେ ଦେଶର ଆର୍ଥିକ ବ୍ୟବସ୍ଥାରେ ସୁଧାର ଆସିବ ସେଥିପାଇଁ ବିଭିନ୍ନ କାର୍ଯ୍ୟ ସରକାରଙ୍କ ଗାଇଡ୍‌ଲାଇନ ଅନୁସାରେ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଛି। ସରକାରଙ୍କ ଏହି ନିର୍ଦ୍ଦେଶାବଳୀ ଅନୁସାରେ ଦେଶର ୨ପ୍ରମୁଖ କାର ନିର୍ମାଣକାରୀ କମ୍ପାନୀ ହ୍ୟୁଣ୍ଡାଇ ଓ ମାରୁତି ସୁଜୁକି ସେମାନଙ୍କର କାରଖାନା ଗତ ସପ୍ତାହରୁ ଚଳାଇବା ଆରମ୍ଭ କରିଥିଲେ। ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ତା’ର ହରିୟାଣା(ମାନେସର)କାରଖାନାର ଉତ୍ପାଦନ କାର୍ଯ୍ୟ ଆରମ୍ଭ କରିଥିଲା। ସରକାରଙ୍କ ସମସ୍ତ ଗାଇଡ୍‌ଲାଇନ ଅନୁସାରେ କାରଖାନା କାର୍ଯ୍ୟ କରୁଥିଲା, କିନ୍ତୁ ମେ ୨୨ରେ ୨ଜଣ କରୋନାରେ ଆକ୍ରାନ୍ତ ଥିବା କମ୍ପାନୀ ଜାଣିବାକୁ ପାଇଲା। ଉକ୍ତ ୨ କର୍ମଚାରୀଙ୍କୁ କମ୍ପାନୀ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ ସହ କାରଖାନାର ଅନ୍ୟ କାହାର କରୋନା ସଂକ୍ରମଣର ଲକ୍ଷଣ ରହିଛି କିମ୍ବା ଉକ୍ତ ୨ ଆକ୍ରାନ୍ତ କାହା କାହା ସହ ମିଳାମିଶା କରିଛନ୍ତ, ସେସବୁ ଉପରେ ଅଧିକ ଗୁରୁତ୍ୱ ଦେବା ସହ ସ୍ଥାନୀୟ ପ୍ରଶାସନକୁ ମଧ୍ୟ ଆବଶ୍ୟକ ସହଯୋଗ କରୁଥିବା ବିଷୟରେ କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିଭଳି ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ୍‌ ମଧ୍ୟ ତା’ର ତାମିଲନାଡୁ (ଚେନ୍ନାଇ) କାରଖାନା ଚାଲୁ କରିଥିଲା। ହ୍ୟୁଣ୍ଡାଇରେ ମଧ୍ୟ ୩ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା କମ୍ପାନୀ ମୁଖପାତ୍ର ସୂଚନା ଦେଇଛନ୍ତି। କମ୍ପାନୀ ସମ୍ପୂର୍ଣ୍ଣ ଭାବରେ ସରକାରୀ କଟକଣା ଓ ନିୟମାବଳୀକୁ ଅନୁସରଣ କରି କାରଖାନାର ପ୍ରଡକସନ କାର୍ଯ୍ୟ ଆରମ୍ଭ କରିଥିଲା। କିନ୍ତୁ କିପରି ଏବଂ କେଉଁ କାରଣରୁ କମ୍ପାନୀର ଉକ୍ତ ୩ଜଣ କର୍ମଚାରୀ ଏହି ସଂକ୍ରମଣରେ ଆକ୍ରାନ୍ତ ହେଲେ ସେ ବିଷୟରେ କମ୍ପାନୀ ଗୁରୁତ୍ୱର ସହ ଏହି ଘଟଣାକୁ ନେଇଛି। କାରଖାନାର ଆକ୍ରାନ୍ତ ୩ଜଣ ରୋଗୀଙ୍କୁ କମ୍ପାନୀ ପକ୍ଷରୁ ଆବଶ୍ୟକ ସହାୟତା ପ୍ରଦାନ ସହ କାରଖାନାର ଅନ୍ୟ କର୍ମଚାରୀଙ୍କ ବିଷୟରେ ଆବଶ୍ୟକ ତଥ୍ୟ ସଂଗ୍ରହ କରାଯାଉଛି। ଗତ କିଛିଦିନ ତଳେ ଚାଇନିଜ ଫୋନ ଓପ ର ଗ୍ରେଟର ନୋଏଡା କାରଖାନାରେ ମଧ୍ୟ କେତେଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ଫଳରେ କମ୍ପାନୀ ତା’ର ଉତ୍ପାଦନ କାର୍ଯ୍ୟ ବନ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri