Posted inଖେଳ

ୟୁଏସ୍‌ ଓପନ ଡ୍ରିମ୍‌ ଡେବ୍ୟୁ: ପ୍ରଥମ ରାଉଣ୍ଡରେ ଫେଡରରଙ୍କୁ ଭେଟିବେ ସୁମିତ୍‌

ନ୍ୟୁୟର୍କ,୨୫।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗାଲ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ସ୍ବପ୍ନ ପୂରା କରିଛନ୍ତି। ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଥିବା ସିଜନର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ମୁଖ୍ୟ ପର୍ଯ୍ୟାୟରେ ଖେଳିବା ପାଇଁ ସୁମିତ୍‌ ଯୋଗ୍ୟତା ଅର୍ଜନ କରିଛନ୍ତି। ମୁଖ୍ୟ ପର୍ଯ୍ୟାୟର ପ୍ରଥମ ରାଉଣ୍ଡରେ ସୁମିତ୍‌ଙ୍କ ମୁକାବିଲା ଟେନିସର ଲିଜେଣ୍ଡ ତଥା ୨୦ଥର ଗ୍ରାଣ୍ଡସ୍ଲାମ ଟାଇଟଲ୍‌ ବିଜେତା ସୁଇଜରଲାଣ୍ଡର ରୋଜର ଫେଡରରଙ୍କ ସହ ହେବ। ଏହି ମ୍ୟାଚ୍‌ ସୋମବାର ଖେଳାଯିବ।
ଅନ୍ତିମ ରାଉଣ୍ଡରେ ନାଗାଲ ବ୍ରାଜିଲ ଜୋଆଓ ମେନେଜସଙ୍କୁ ହରାଇଛନ୍ତି। ମ୍ୟାଚ୍‌ରେ ପ୍ରଥମ ସେଟ୍‌ ୫-୭ ବ୍ୟବଧାନରେ ହାରିବା ପରେ ଦ୍ୱିତୀୟ ଓ ୩ୟ ସେଟ୍‌କୁ ୬-୪, ୬-୩ରେ ଜିତି ନେଇଛନ୍ତି। ଜିତିବା ପାଇଁ ତାଙ୍କୁ ୨ ଘଣ୍ଟା ୨୭ ମିନିଟ୍‌ ଲାଗିଥିଲା। ଗତ ଦଶନ୍ଧି ମଧ୍ୟରେ ଦେଶର ୫ମ ସିଙ୍ଗଲ୍ସ ଖେଳାଳି ଭାବେ ସେ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଖେଳିବା ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ସୋମଦେବ ବର୍ମନ, ୟୁକି ଭାମ୍ବ୍ରି, ସାକେତ ମାଇନେନି ଓ ପ୍ରଜନେଶ ଗୁଣେଶ୍ୱରନ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଖେଳିସାରିଛନ୍ତି। ନାଗାଲଙ୍କ ବ୍ୟତୀତ ପ୍ରଜନେଶ ମଧ୍ୟ ମୁଖ୍ୟ ପର୍ଯ୍ୟାୟରେ ଖେଳିବେ। ୧୯୯୮ ପରେ ପ୍ରଥମ ଥର ପାଇଁ ଭାରତର ଦୁଇ ଖେଳାଳି କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ସିଙ୍ଗଲ୍ସ ବର୍ଗରେ ଖେଳିବାକୁ ଯାଉଛନ୍ତି। ଅନ୍ତିମ ଥର ଭେଟେରାନ ଲିଆଣ୍ଡର ପେସ ଓ ମହେଶ ଭୂପତି ଓ୍ବିମ୍ବେଲଡନରେ ଖେଳିଥିଲେ। ପ୍ରଜନେଶ ପ୍ରଥମ ରାଉଣ୍ଡରେ ସିନସିନାଟି ମାଷ୍ଟର୍ସ ଚାମ୍ପିୟନ ତଥା ବିଶ୍ୱ ର଼୍ୟାଙ୍କିଙ୍ଗର ୫ମ ସ୍ଥାନରେ ଥିବା ଡାନିଏଲ ମେଡଭେଡେଭଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri