Posted inଖେଳ

ୟୁଟର୍ନ ନେଲେ ରାୟୁଡୁ

ହାଇଦ୍ରାବାଦ,୩୦।୮: କ୍ରିକେଟରୁ ଅବସର ଘୋଷଣା କରିବାର ଦୁଇମାସ ପରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ୟୁଟର୍ନ ନେଇଛନ୍ତି। ଅବସର ନିଷ୍ପତ୍ତି ଏକ ଭାବବିହ୍ବଳ ଥିଲା। ଏବେ ୩୩ ବର୍ଷୀୟ କ୍ରିକେଟର ଚୟନ ପାଇଁ ଉପଲବ୍ଧ ଥିବା ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)କୁ ଇମେଲ କରିଛନ୍ତି। ରାୟୁଡୁ ଲେଖିଛନ୍ତି, ମୁଁ ଅବସରରୁ ଫେରିବାକୁ ଚାହୁଁଥିବା ଜଣାଉଛି। ଚେନ୍ନାଇ ସୁପର କିଙ୍ଗ୍ସ, ଭିଭିଏସ୍‌ ଲକ୍ଷ୍ମଣ ଓ ନୋଏଲ ଡାଭିଡ ମୋତେ କଠିନ ସମୟରେ ସାହାଯ୍ୟ କରିଥିଲେ। ମୋ ପାଖରେ ଆହୁରି କ୍ରିକେଟ ବାକି ଥିବା ସେମାନେ ବୁଝାଇଥିଲେ। ଚଳିତ ସିଜନରେ ମୁଁ ହାଇଦ୍ରାବାଦ୍‌ ଯୁବ ଖେଳାଳିଙ୍କ ସହ ଖେଳିବା ନେଇ ଆଶା କରୁଛି। ମୁଁ ଆସନ୍ତା ୧୦ ତାରିଖରୁ ହାଇଦ୍ରାବାଦ ଦଳ ପାଇଁ ଉପଲବ୍ଧ ହେବି ବୋଲି ସେ କହିଛନ୍ତି। ଏହାପରେ ଏଚ୍‌ସିଏ ପକ୍ଷରୁ ସିଓଏକୁ ଏକ ମେଲ୍‌ କରାଯାଇଛି। ଯେଉଁଥିରେ ରାୟୁଡୁ ଅବସରରୁ ଫେରି ଆସି ହାଇଦ୍ରାବାଦ୍‌ ପାଇଁ ସୀମିତ ଓଭର କ୍ରିକେଟ ଲାଗି ଉପଲବ୍ଧ ହୋଇଛନ୍ତି ଲେଖାରହିଛି। ଉଲ୍ଲେଖଥାଉ କି, ଆଇସିସି କ୍ରିକେଟ ବିଶ୍ୱକପ୍‌ ୨୦୧୯ ମଝିରୁ ଅବସର ଘୋଷଣା କରିଥିଲେ। ବିଶ୍ୱକପ୍‌ ଲାଗି ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ତାଙ୍କୁ ସ୍ଥାନ ମିଳି ନ ଥିଲା। ରାୟୁଡୁଙ୍କୁ ରିଜର୍ଭ ଖେଳାଳିଙ୍କ ତାଲିକାରେ ସ୍ଥାନ ଦିଆଯାଇଥିଲା। ହେଲେ ଶିଖର ଧାଓ୍ବନ ଓ ବିଜୟ ଶଙ୍କର ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପରେ ମଧ୍ୟ ରାୟୁଡୁଙ୍କୁ ସୁଯୋଗ ଦିଆଯାଇ ନ ଥିଲା। ଏଥିରେ ଭାବବିହ୍ବଳ ହୋଇ  ସେ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?