Posted inଜାତୀୟ

ୟୁପି ମନ୍ତ୍ରୀଙ୍କ ‘ସୁପ୍ରିମକୋର୍ଟ ଆମର’ ମନ୍ତବ୍ୟକୁ ନିନ୍ଦା

ନୂଆଦିଲ୍ଲୀ,୧୩-୯: ‘ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ, କାରଣ ସୁପ୍ରିମକୋର୍ଟ ଆମର। ଏ ଦେଶ, ନ୍ୟାୟପାଳିକା ଓ ମନ୍ଦିର ସବୁ ଆମର।’ ୨୦୧୮ ସେପ୍ଟେମ୍ବରରେ ଉତ୍ତରପ୍ରଦେଶର ମନ୍ତ୍ରୀ ମୁକୁଟ ବିହାରୀ ବର୍ମା ଦେଇଥିବା ଏଭଳି ମନ୍ତବ୍ୟକୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନିନ୍ଦା କରିଛନ୍ତି। ଗୁରୁବାର ରାମ ଜନ୍ମଭୂମି ମାମଲା ଶୁଣାଣିର ୨୨ତମ ଦିନରେ ସୁନ୍ନି ଓ୍ବାକ୍‌ଫ ବୋର୍ଡ ପାଇଁ ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ରାଜୀବ ଧାଓ୍ବନ ମନ୍ତ୍ରୀଙ୍କ ଉପରୋକ୍ତ ମନ୍ତବ୍ୟ ସମ୍ପର୍କରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାମଲା ସମ୍ପର୍କରେ ଯୁକ୍ତି ଉପସ୍ଥାପନ ପାଇଁ ବାତାବରଣ ଅନୁକୂଳ ନୁହେଁ ବୋଲି ସେ ୫ ଜଣିଆ ଖଣ୍ଡପୀଠରେ ଅଭିଯାଗ କରିଥିଲେ। ତାଙ୍କ ପାଖକୁ ଫେସ୍‌ବୁକ୍‌ରେ ଧମକପୂର୍ଣ୍ଣ ବାର୍ତ୍ତା ଆସୁଥିବା ଏବଂ ବୁଧବାର ତାଙ୍କ କିରାଣିଙ୍କୁ କେତେଜଣ ସୁପ୍ରିମକୋର୍ଟ ପରିସରରେ ମାଡ଼ ମାରିଥିବା ଧାଓ୍ବନ କହିଥିଲେ। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ପ୍ରଧାନ ବିଚାରପତି କହିଥିଲେ, ଏଭଳି ମନ୍ତବ୍ୟ ନିନ୍ଦନୀୟ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri