Posted inଫୁରସତ

ୟୁପି ଶିକ୍ଷୟିତ୍ରୀଙ୍କ ଦରମା ୧ କୋଟି, ଏକାସହ ପଢ଼ାଉଥିଲେ ୨୫ ସ୍କୁଲରେ ପାଠ

ଗୋଟିଏ କିମ୍ବା ଦୁଇଟି ନୁହେଁ ଏକା ସମୟରେ ୨୫ସ୍କୁଲରେ ପାଠ ପଢ଼ାଉଥିଲେ ଶିକ୍ଷୟିତ୍ରୀ। ଏଥିପାଇଁ ପ୍ରତି ମାସରେ ତାଙ୍କ ବ୍ୟାଙ୍କ ଖାତାକୁ ଆସୁଥିଲା ୧ କୋଟି ଟଙ୍କା। ଉତ୍ତରପ୍ରଦେଶରେ ଶିକ୍ଷା ବ୍ୟବସ୍ଥାରେ ଏଭଳି ଏକ କେଳେଙ୍କାରୀ ସାମ୍ନାକୁ ଆସିଛି।
ରାଜ୍ୟର ମୌଳିକ ଶିକ୍ଷା ବିଭାଗ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ(କେଜିବିଭି)ରେ କାର୍ଯ୍ୟ କରନ୍ତି ଶିକ୍ଷୟିତ୍ରୀ ଅନାମିକା ଶୁକ୍ଳା। ବିଭାଗ ପାଖରେ ଥିବା ତଥ୍ୟ ଅନୁଯାୟୀ ଅନାମିକା ମେନ୍ପୁରି ଜିଲାର ବାସିନ୍ଦା। କେଜିବିଭିରେ ସେ ଫୁଲ୍‌ ଟାଇମ୍‌ ଶିକ୍ଷକ ଭାବେ କାମ କରୁଥିବା ବେଳେ ଅନ୍ୟ ସ୍କୁଲରେ ତାଙ୍କ ନାମ ରେଜିଷ୍ଟ୍ରେଶନ ରହିଛି। ଆମେଠି, ଆମ୍ବେଦକର ନଗର, ରାଏବରେଲି, ପ୍ରୟାଗରାଜ, ଅଲିଗଡ଼ ଆଦି ଜିଲାରେ ଥିବା ୨୫ ସ୍କୁଲରେ ସେ ଗୋଟିଏ ସମୟରେ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ତେବେ ୧୩ ମାସ ଧରି ସେ ମାସକୁ ୧ କୋଟି ଟଙ୍କାରୁ ଅଧିକ ପାଉଣା ପାଇଛନ୍ତି। ସେ ଚଳିତବର୍ଷ ଫେବୃୟାରୀ ପର୍ଯ୍ୟନ୍ତ ଏଭଳି ଦରମା ପାଇଥିବା ଯାଞ୍ଚ ବେଳେ ଜଣାପଡ଼ିଛି। ଘଟଣା ସାମ୍ନାକୁ ଆସିବା ପରେ ତାଙ୍କ ଦରମାକୁ ରୋକି ଦିଆଯାଇଛି।

ଉତ୍ତରପ୍ରଦେଶର ମୌଳିକ ଶିକ୍ଷା ବିଭାଗ ମନ୍ତ୍ରୀ ସତିଶ ଦ୍ୱିବେଦୀ କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। ଯଦି ଏହା ସତ୍ୟ ବୋଲି ଜଣାପଡ଼େ ତେବେ ଶିକ୍ଷୟିତ୍ରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଏବେ ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତ କରାଯାଉଛି। ଫଳରେ ଏଭଳି ଘଟଣାକୁ ରୋକାଯାଇ ପାରିବ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri