Posted inଫୁରସତ

ୟୁପି ଶିକ୍ଷୟିତ୍ରୀଙ୍କ ଦରମା ୧ କୋଟି, ଏକାସହ ପଢ଼ାଉଥିଲେ ୨୫ ସ୍କୁଲରେ ପାଠ

ଗୋଟିଏ କିମ୍ବା ଦୁଇଟି ନୁହେଁ ଏକା ସମୟରେ ୨୫ସ୍କୁଲରେ ପାଠ ପଢ଼ାଉଥିଲେ ଶିକ୍ଷୟିତ୍ରୀ। ଏଥିପାଇଁ ପ୍ରତି ମାସରେ ତାଙ୍କ ବ୍ୟାଙ୍କ ଖାତାକୁ ଆସୁଥିଲା ୧ କୋଟି ଟଙ୍କା। ଉତ୍ତରପ୍ରଦେଶରେ ଶିକ୍ଷା ବ୍ୟବସ୍ଥାରେ ଏଭଳି ଏକ କେଳେଙ୍କାରୀ ସାମ୍ନାକୁ ଆସିଛି।
ରାଜ୍ୟର ମୌଳିକ ଶିକ୍ଷା ବିଭାଗ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ(କେଜିବିଭି)ରେ କାର୍ଯ୍ୟ କରନ୍ତି ଶିକ୍ଷୟିତ୍ରୀ ଅନାମିକା ଶୁକ୍ଳା। ବିଭାଗ ପାଖରେ ଥିବା ତଥ୍ୟ ଅନୁଯାୟୀ ଅନାମିକା ମେନ୍ପୁରି ଜିଲାର ବାସିନ୍ଦା। କେଜିବିଭିରେ ସେ ଫୁଲ୍‌ ଟାଇମ୍‌ ଶିକ୍ଷକ ଭାବେ କାମ କରୁଥିବା ବେଳେ ଅନ୍ୟ ସ୍କୁଲରେ ତାଙ୍କ ନାମ ରେଜିଷ୍ଟ୍ରେଶନ ରହିଛି। ଆମେଠି, ଆମ୍ବେଦକର ନଗର, ରାଏବରେଲି, ପ୍ରୟାଗରାଜ, ଅଲିଗଡ଼ ଆଦି ଜିଲାରେ ଥିବା ୨୫ ସ୍କୁଲରେ ସେ ଗୋଟିଏ ସମୟରେ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ତେବେ ୧୩ ମାସ ଧରି ସେ ମାସକୁ ୧ କୋଟି ଟଙ୍କାରୁ ଅଧିକ ପାଉଣା ପାଇଛନ୍ତି। ସେ ଚଳିତବର୍ଷ ଫେବୃୟାରୀ ପର୍ଯ୍ୟନ୍ତ ଏଭଳି ଦରମା ପାଇଥିବା ଯାଞ୍ଚ ବେଳେ ଜଣାପଡ଼ିଛି। ଘଟଣା ସାମ୍ନାକୁ ଆସିବା ପରେ ତାଙ୍କ ଦରମାକୁ ରୋକି ଦିଆଯାଇଛି।

ଉତ୍ତରପ୍ରଦେଶର ମୌଳିକ ଶିକ୍ଷା ବିଭାଗ ମନ୍ତ୍ରୀ ସତିଶ ଦ୍ୱିବେଦୀ କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। ଯଦି ଏହା ସତ୍ୟ ବୋଲି ଜଣାପଡ଼େ ତେବେ ଶିକ୍ଷୟିତ୍ରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଏବେ ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତ କରାଯାଉଛି। ଫଳରେ ଏଭଳି ଘଟଣାକୁ ରୋକାଯାଇ ପାରିବ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri