Posted inଖେଳ

ୟୁରୋ ହକି ଲିଗ୍‌ରେ ଖେଳିବେ ବାଲ୍ମୀକି, ହରଜିତ୍‌

ନୂଆଦିଲ୍ଲୀ,୨୪।୭(ପିଟି)- ଭାରତୀୟ ହକି ଖେଳାଳି ଦେବିନ୍ଦର ବାଲ୍ମୀକି ଓ ହରଜିତ ସିଂଙ୍କ ସହ ଡଚ୍‌ କ୍ଲବ ଏଚ୍‌ଜିସି ୨୦୧୯-୨୦ ସିଜନ ଲାଗି ଚୁକ୍ତି କରିଛି। କ୍ଲବ ପକ୍ଷରୁ ଏମାନେ ଆଗାମୀ ୟୁରୋ ହକି ଲିଗ୍‌ ମ୍ୟାଚ୍‌ରେ ଖେଳିବେ। ଦୁଇ ମିଡ୍‌ଫିଲ୍ଡର ଏବେ ଜାତୀୟ ଦଳର ନିୟମିତ ସଦସ୍ୟ ନୁହନ୍ତି। ବାଲ୍ମୀକି ଓ ହରଜିତ ଅକ୍ଟୋବର ୪ ତାରିଖରେ ବାର୍ସିଲୋନାଠାରେ ଇଏଚ୍‌ଏଲ୍‌ରେ ପଦାର୍ପଣ କରିବେ। ୨୭ ବର୍ଷୀୟ ବାଲ୍ମୀକି ୨୦୧୬ ଅଲିମ୍ପିକ୍ସରେ ଖେଳିଥିବା ଭାରତୀୟ ଦଳର ସଦସ୍ୟ ଥିଲେ। ସେ ମୋଟ ୪୮ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ସେହିଭଳି ୨୩ ବର୍ଷୀୟ ହରଜିତ ଜୁନିୟର ଭାରତୀୟ ବିଶ୍ୱକପ୍‌ ଦଳର ଅଧିନାୟକ ଥିଲେ। ଜାତୀୟ ଦଳ ଲାଗି ସେ ୫୨ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। ଏହି କ୍ଲବର କୋଚ୍‌ ଦାୟିତ୍ୱରେ ଅଛନ୍ତି ପୂର୍ବତନ ଭାରତୀୟ କୋଚ୍‌ ପଲ ଭାନ ଆସ। ୨୦୧୫ରେ ତାଙ୍କୁ ୩ ବର୍ଷ ଲାଗି ନିଯୁକ୍ତ କରାଯାଇଥିଲା। ହେଲେ ହକି ଇଣ୍ଡିଆ ମୁଖ୍ୟ ନରିନ୍ଦର ବାତ୍ରାଙ୍କ ସହ ଝଗଡ଼ା ଯୋଗୁ ତାଙ୍କୁ କିଛି ମାସ ମଧ୍ୟରେ ପଦତ୍ୟାଗ କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri