Posted inଜାତୀୟ

ୟେଦୁରପ୍ପା ସରକାରଙ୍କ ପାଇଁ କଣ୍ଟା ସାଜିବେ କି ଭାଜପା ବିଦ୍ରୋହୀ !

ବେଙ୍ଗାଲୁରୁ,୧୮।୨: କର୍ନାଟକରେ ଏବେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସରକାରଙ୍କ ପାଇଁ କଣ୍ଟା ସାଜିଛନ୍ତି ଭାଜପା ବିଦ୍ରୋହୀ। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇ ନ ଥିବା ଭାଜପାର ୧୦ରୁ ୧୫ ବିଧାୟକ ୟେଦୁରପ୍ପା ସରକାରଙ୍କ ବିରୋଧରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜଗଦୀଶ୍‌ ଶଟ୍ଟାରଙ୍କ ବାସଭବନରେ ଏକତ୍ରିତ ହୋଇ ଭବିଷ୍ୟତ ରଣନୀତି ଉପରେ ଆଲୋଚନା କରିଛନ୍ତି। କେତେକ ବିଦ୍ରୋହୀ ବିଧାୟକ ୭୫ବର୍ଷରୁ ଅଧିକ ବୟସ୍କ ନେତା ସକ୍ରିୟ ରାଜନୀତିରୁ ଦୂରେଇ ରହିବା ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଏପରିସ୍ଥଳେ ୟେଦୁରପ୍ପାଙ୍କ ବୟସ ୭୭ ହୋଇଥିବାରୁ ରାଜ୍ୟରେ ରାଜନୈତିକ ସମୀକରଣ ପୁଣି ବଦଳିବା ଆଶଙ୍କା କରାଯାଉଛି। ବିଧାନସଭା ଅଧିବେଶନ ପୂର୍ବରୁ ଭାଜପାର ବିଦ୍ରୋହୀ ବିଧାୟକଙ୍କ ଏଭଳି ମନୋଭାବ ନେଇ କେନ୍ଦ୍ରୀୟ ହାଇକମାଣ୍ଡ ଚିନ୍ତାରେ ପଡ଼ିଛନ୍ତି। ସୂଚନାଯୋଗ୍ୟ, ୟେଦୁରପ୍ପା କେବେ ମଧ୍ୟ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରି ପାରି ନାହାଁନ୍ତି। ତେଣୁ ବିଧାୟକଙ୍କ ଗୁପ୍ତ ମନ୍ତ୍ରଣା ନେଇ ସେ ଅଡୁଆରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri