ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଲାଗି ପ୍ରଚଣ୍ଡ ଶୀତର ଅନୁଭୂତ ଆରମ୍ଭ ହୋଇଛି। ଆସନ୍ତା ଦୁଇ ତିନି ଦିନ ଯାଏ ଶୀତ ଲହରି ସମଗ୍ର ରାଜ୍ୟକୁ ଥଇାଇବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏହି ସମୟରେ ସର୍ବନିମ୍ନ ତାପମାତ୍ରା ୪ରୁ ୬ ଡିଗ୍ରୀ ସେଲସିୟସ ତଳକୁ ଖସିଯିବ। ଉତ୍ତର ପୂର୍ବ ଦିଗରୁ ଥଣ୍ଡା ବାୟୁ ପ୍ରବାହ ହେବ। ବିଶେଷକରି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ବାଲେଶ୍ୱର ଜିଲାରେ ପ୍ରବଳ ଶୀତ ଲହରି ଦେହମୁଣ୍ଡକୁ ଥରାଇ ଦେବ। ଅନ୍ୟାନ୍ୟ ଜିଲାରେ ମଧ୍ୟ ଶୀତର ପ୍ରକୋପ ବୃଦ୍ଧି ପାଇବ। ଏଥିସହିତ କନ୍ଧମାଳ, ପୁରୀ, ଖୋର୍ଦ୍ଧା, ସୋନପୁର ଏବଂ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ଏବଂ ଉପକୂଳ ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଅନୁଗୋଳ ଜିଲାରେ ୨୮ ଓ ୨୯ ତାରିଖ ଦୁଇଦିନ ପ୍ରବଳ କୁହୁଡି ସୃଷ୍ଟି ହେବ। ୨୦୦ ମିଟର ପର୍ଯ୍ୟନ୍ତ ଖାଲି ଆଖିରେ ଦେଖାଯିବ ନାହିଁ। ଏହି ସମୟରେ ଗାଡ଼ି ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ୨୮ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୋନପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ଶୀତ ଲହରିକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମଣିଷ ଓ ଗୃହପାଳିତ ପ୍ରାଣୀମାନଙ୍କ ସୁରକ୍ଷା ଦିଗରେ ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି। ଗ୍ରାମାଞ୍ଚଳରେ ଯେଉଁମାନଙ୍କର ବାସଗୃହ ନାହିଁ ସେମାନଙ୍କୁ ସ୍କୁଲ ଓ ଅନ୍ୟାନ୍ୟ ସରକାରୀ କୋଠାରେ ଆଶ୍ରୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସହରାଞ୍ଚଳରେ ପର୍ଯ୍ୟଟକ ଓ ନିରାଶ୍ରୟ ଲୋକମାନଙ୍କୁ ରାତ୍ରି ଆଶ୍ରୟ ସ୍ଥଳରେ ରଖିବାକୁ କୁହାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୧୬.୮, ଗୋପାଳପୁରରେ ୨୦.୪, ପୁରୀରେ ୧୬.୬, ବାରିପଦାରେ ୧୫, ଝାରସୁଗୁଡ଼ାରେ ୧୭, କେନ୍ଦୁଝରରେ ୧୪, ସମ୍ବଲପୁରରେ ୧୭.୧, ସୁନ୍ଦରଗଡ଼ରେ ୧୦.୫, ହୀରାକୁଦରେ ୧୮.୩, ତାଳଚେରରେ ୧୮.୩, ଭବାନୀପାଟଣାରେ ୧୯, ବଲାଙ୍ଗୀରରେ ୧୮.୨, କୋରାପୁଟରେ ୧୫, ଫୁଲବାଣୀରେ ୧୫.୩, ଟିଟିଲାଗଡ଼ରେ ୧୫.୫, ମାଲକାନଗିରିରେ ୧୯.୨, ସୋନପୁରରେ ୧୫.୨, ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri