ୟେସ୍‌ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା

ପୁରୀ ଅଫିସ,୩୦।୩: ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ ତାହାର ପରିସମାପ୍ତି ଘଟିଛି। ସୁଧ ସହ ସବୁ ମୂଳ ଟଙ୍କା ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଛି। ଗତ ୧୯ ତାରିଖରେ ୟେସ୍‌ ବ୍ୟାକରୁ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ପୁରୀ ଏସ୍‌ବିଆଇ ମୁଖ୍ୟ ଶାଖାରେ ଥିବା ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଥିଲା। ଏଥିରେ ୮ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ସୁଧ ଥିଲା। ବଳକା ୧୫୬ କୋଟି ଟଙ୍କା ସୋମବାର ୟେସ୍‌ ବ୍ୟାଙ୍କରୁ ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଛି। ଫଳରେ ସମସ୍ତ ଟଙ୍କା ଏବେ ୟେସ୍‌ ବ୍ୟାଙ୍କରୁ ଫେରିଆସିଥିବା ନେଇ ବିଭିନ୍ନ ମହଲରେ ଏହାକୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri