ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରଖିବା ଘଟଣା: ବିଧାନସଭା ହୁଲୁସ୍ତୁଲୁ, ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବାକୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଏଥିଯୋଗୁ ଅପରାହ୍ନ ୩ଟା ଯାଏ ଗୃହକାର୍ଯ୍ୟ ହୋଇପାରି ନାହିଁ। ଭାଜପା ପକ୍ଷରୁ ଏ ନେଇ ଏକ ମୁଲତବୀ ପ୍ରସ୍ତାବ ଦିଆଯାଇଥିଲା। ତେବେ ବାଚସ୍ପତି ଏହି ପ୍ରସ୍ତାବକୁ ବୁଧବାର ଆଲୋଚନା ପାଇଁ ଗ୍ରହଣ କରି ନ ଥିଲେ। ଗୁରୁବାର ଏହାକୁ ଆଲୋଚନା କରାଯିବ ବୋଲି ଗୃହରେ ସୂଚନା ଦେଇଥିଲେ। ମହାପ୍ରଭୁଙ୍କ ଟଙ୍କା ଖାଇଲା କିଏ? ଏହାର ଜବାବ ସରକାର ଦିଅନ୍ତୁ। ଏହି ଜିଦ୍‌ରେ ଅଡିବସି କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ।
ବୁଧବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ୧୦ଟା ୩୦ ମିନିଟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସଭାକାର୍ଯ୍ୟ ଚଳାଇବା ପାଇଁ ଗୃହକୁ ପ୍ରବେଶ କରିଥିଲେ। ସଦସ୍ୟମାନେ ଛିଡାହୋଇ ବାଚସ୍ପତିଙ୍କୁ ସ୍ବାଗତ କରିଥିଲେ। ବିଧାନସଭାରେ ୩ଜଣ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ୧୨ ମିନିଟ ପର୍ଯ୍ୟନ୍ତ ଏହି ଶୋକ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ୧୦ଟା ୪୨ ମିନିଟ୍‌ରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ମାତ୍ରେ କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ, ମହମ୍ମଦ ମୋକିମ, ସନ୍ତୋଷ ସିଂହ ସାଲୁଜାଙ୍କ ସମେତ କଂଗ୍ରେସର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ମହାପ୍ରଭୁଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରେ କାହିଁକି ରଖାଗଲା ବୋଲି ସରକାରଙ୍କଠାରୁ ଜବାବ ତଲବ କରିଥିଲେ। ସରକାର ବିରୋଧୀ ସ୍ଲୋଗାନ ଦେବା ସହିତ ଗୃହରେ ହୋ-ହଲ୍ଲା କରିଥିଲେ। ଅନ୍ୟପକ୍ଷରେ ଭାଜପା ସଦସ୍ୟମାନେ ଏହି ପ୍ରସଙ୍ଗରେ ଆଲୋଚନା ପାଇଁ ମୁଲତବୀ ପ୍ରସ୍ତାବ ଦେଇଥିବାରୁ ନିଜେ ସିଟ୍‌ରେ ଚୁପ୍‌ ହୋଇ ବସି ରହିଥିଲେ। ପ୍ରବଳ ହଟ୍ଟଗୋଳ ହେବାରୁ ବାଚସ୍ପତି ଗୃହକୁ ୧୦.୪୨ରୁ ମଧ୍ୟାହ୍ନ ୧୨.୩୦ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୨ .୩୦ରେ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। କଂଗ୍ରେସ ସଦସ୍ୟମାନେ ପୁଣି ଗୃହକୁ ଆସି ହୋ-ହଲ୍ଲା କରିଥିଲେ। ବାଚସ୍ପତି କହିଥିଲେ ୟେସ୍‌ ବ୍ୟାଙ୍କରେ ଥିବା ଟଙ୍କା ସମ୍ପର୍କରେ ମୁଲତବୀ ପ୍ରସ୍ତାବକୁ ମୁଁ ଗ୍ରହଣ କରିଛି। ଗୁରୁବାର ଏହା ଉପରେ ଆଲୋଚନା ହେବ। ଆପଣମାନେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସହଯୋଗ କରନ୍ତୁ। ବାଚସ୍ପତିଙ୍କ ଏହି ଅନୁରୋଧକୁ କଂଗ୍ରେସ ସଦସ୍ୟମାନେ ଏଡାଇଦେବା ସହିତ ସରକାର ବିରୋଧୀ ସ୍ଲୋଗାନରେ ମାତିଯାଇଥିଲେ। ଗୃହରେ ଏକପ୍ରକାର ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ବାଚସ୍ପତି କୌଣସି ଉପାୟ ନ ପାଇ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri