Posted inଅପରାଧ

୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ କୋର୍ଟ ଚାଲାଣ

କୋରେଇ,୯ା୭(ସ୍ବ.ପ୍ର)- ପାଣିକୋଇଲି ପୋଲିସ ୧ କୁଇଣ୍ଟାଲ ୭ ଶହ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ମଙ୍ଗଳବାର ୨ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଏଥିସହ ସେମାନେ ବ୍ୟବହାର କରୁଥିବା କାର୍‌ (ନଂ. ଡବ୍ଲ୍ୟୁବି୦୬-ଏଫ-୯୯୯୧), ୩ ମୋବାଇଲ, ନଗଦ ୭ ହଜାର ୪୪୦ଟଙ୍କା, ୩ ଏଟିଏମ କାର୍ଡ, ୨ ଡ୍ରାଇଭିଂ ଲାଇସେନ୍ସ ଜବତ କରିଛି। ଅଭିଯୁକ୍ତମାନେ ହେଲେ ମର୍ଶିଦାବାଦ ଜିଲା ଲାଲଗୋଲା ଥାନା ଅନ୍ତର୍ଗତ ଦିଆର ଫତେପୁର ଗ୍ରାମର ସୋହେଲ ରାନା (୨୭) ଓ କାଣ୍ଡି ଥାନା ଅନ୍ତର୍ଗତ ଯୋଶରାଇ ଗ୍ରାମର ସେକ ସେକ ସାହାରୁଲ (୨୭)। ଏ ନେଇ ପୋଲିସ ଏକ ମାମଲା (୧୨୩/୧୯) ରୁଜୁ କରିଛି। ପାଣିକୋଇଲି ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯାଜପୁର ଏସ୍‌ପି ଚରଣ ସିଂ ମୀନା ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏସ୍‌ଡିପିଓ କେଦାରନାଥ ସାହୁ ଓ ଥାନାଧିକାରୀ ଅଜୟ କୁମାର ଜେନା ମଧ୍ୟ ଉପସ୍ଥିତ ଥିଲେ। ମିଳିଥିବା ସୂଚନା ଅନୁଯାୟୀ, କଟକ ଆଡ଼ୁ କୋଲକାତା ଅଭିମୁଖେ ଗଞ୍ଜେଇ ଆସୁଥିବା କ୍ରାଇମ ବ୍ରାଞ୍ଚ ସୂତ୍ରରୁ ଖବରପାଇ ଡିଏସପି ରବୀନ୍ଦ୍ର ଶତପଥୀଙ୍କ ନେତୃତ୍ୱରେ ପୋଲିସ ପାଣିକୋଇଲି ଟୋଲ ପ୍ଲାଜାଠାରେ ସୋମବାର ରାତିରେ ନାକାବନ୍ଦୀ କରିଥିଲା। ଉକ୍ତ ରାସ୍ତା ଦେଇ କାର୍‌ ଯିବାବେଳେ ପୋଲିସ ଗାଡ଼ି ଅଟକାଇ ଯାଞ୍ଚ କରିଥିଲା। କାର୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ଦେଖି ୨ ଜଣଙ୍କୁ ଗିରଫ କରିଥିଲା। ସେମାନେ ମାଳକାନାଗିରିରୁ ଗଞ୍ଜେଇ ଆଣି ପଶ୍ଚିମବଙ୍ଗର ମୁର୍ଶିଦାବାଦ ନେଉଥିବା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri